ଓଡିଶା

ଆଗାମୀ ୩ ଦିନ ଯାଏଁ ବଢିବ ତାତି

(ଭୁବନେଶ୍ୱର) : ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ତାତି । ଚଳିତ ବର୍ଷର ପାରଦ ୪୦ ଡିଗ୍ରୀ ଛୁଇଁଲାଣି । ଆସନ୍ତା ୪ରୁ ୫ ଦିନ ମଧ୍ୟରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ତାତି ବଢିବ ବୋଲି ପାଣିପାଗ ବିଭାଗର ସୂଚନା । ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିବ । କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୪୮ ଘଣ୍ଟା ଭିତରେ ଦିନର ତାପମାତ୍ରା ଦୁଇ ଡିଗ୍ରୀ ଯାଏଁ ବୃଦ୍ଧି ହେବ ।

ସୂଚନାନୁଯାୟୀ , ଏପ୍ରିଲ ପହିଲାରୁ ଆହୁରି ଜାଳିବ ଖରା । ଆସନ୍ତା ଦୁଇ ଦିନ ମଧ୍ୟରେ ପାରଦ ୪୦ ଡିଗ୍ରୀ ପାର କରିପାରେ । ଆଗାମୀ ୪ ରୁ ୫ ଦିନ ମଧ୍ୟରେ ରାଜ୍ୟରେ ଆହୁରି ବଢ଼ିବ ତାପମାତ୍ରା । ରାଜ୍ୟର ୫ଟି ସହରରେ ସର୍ବୋଚ୍ଚ ତାପମାତ୍ରା ୪୦ ଛୁଇଁଛି । ଟିଟିଲାଗଡ଼, ବୌଦ୍ଧ, ବଲାଙ୍ଗିର, ଭବାନୀପାଟଣା, ନୟାଗଡ଼ ୪୦ ଛୁଇଁଲା ତାପମାତ୍ରା ।

Related posts

କୁକୁଡ଼ା ଫାର୍ମ ପାଇଁ ଲୋକେ ହଟହଟା

mahabharatanews

ଭ୍ରଷ୍ଟ ରାଜନେତାଙ୍କ ପାଇଁ ଦୁଷ୍କର୍ମ ବଢୁଛି: ସ୍ୱାମୀ

mahabharatanews

 ଆଜିଠୁ ଯୁକ୍ତ ଦୁଇ ଖାତା ଦେଖା 

mahabharatanews