ଓଡିଶା

୪ଘଣ୍ଟା ପାଇଁ ବନ୍ଦ ରହିବ ଜଗା ଦର୍ଶନ 

(ପୁରୀ) : ପୁରୀ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ । ମହାବାହୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ପାଇଁ ସୋମବାର ଦିନ ୪ଘଣ୍ଟା ପାଇଁ ବନ୍ଦ ରହିବ ଦର୍ଶନ । ଶ୍ରୀଜୀଉମାନଙ୍କର ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ । ଚୈତ୍ର କୃଷ୍ଣ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡ଼ା ଲାଗି ନୀତି ହୁଏ । ଏହା ଏକ ଗୁପ୍ତ ନୀତି ।

ସୂଚନାନୁଯାୟୀ , ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟା ରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଳୁଙ୍କ ଅବଗତି ନିମନ୍ତେ ଏହି ସୂଚନା ଦିଆଯାଇଛି । ଏହି ନୀତିରେ ଶ୍ରୀଜିଉଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ । ମହପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ । ଏହି ନୀତି ପାଇଁ ପୂର୍ବଦିନରୁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥାନ୍ତି । ସେହିପରି ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇଥାନ୍ତି । ମଧ୍ୟାହ୍ନ ଧୂପ ପରେ ଜୟ ବିଜୟ ଦ୍ୱାର ବନ୍ଦ କରାଯାଏ ।

Related posts

ପାରା-କୁକୁର ଛୁଆ ବନ୍ଧୁତ୍ୱ, ସୋସିଆଲ ମିଡିଆରେ ଭାଇରାଲ

mahabharatanews

ନନ୍ଦନକାନନକୁ ଆସିଲେ ଗିବନ୍ ଓ ଲିଓପାର୍ଡ କ୍ୟାଟ୍

mahabharatanews

ନବ ଦାସ ହତ୍ୟା ମାମଲା: କୋର୍ଟରେ ହାଜର ହେଲା ଗୋପାଳ

mahabharatanews