Uncategorized

ପ୍ରବଳ ଗରମ ସହ ଗୁଳୁଗୁଳି; ୟେଲୋ ଆଲର୍ଟ ଜାରି 

ବଢୁଛି ତାତି । ୫-୬ ଦିନର କୋହଲା ପାଗ ପରେ ରାଜ୍ୟରେ ଅନୁଭୁତ ହୋଇପାରେ ପ୍ରବଳ ଗରମ ସହ ଗୁଳୁଗୁଳି । କାଳବୈଶାଖୀ ଯୋଗୁଁ ବର୍ତ୍ତମାନ ପାଗ ଥଣ୍ଡା ରହିଥିବା ବେଳେ ୧୫- ୧୭ ତାରିଖ ବେଳକୁ ସ୍ଥିତି ଅସମ୍ଭାଳ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି ।

ଉଷ୍ମ ଏବଂ ଆର୍ଦ୍ର ପାଣିପାଗ ପାଇଁ କଟକ, ଖୋର୍ଦ୍ଧା, ନୟାଗଡ, ଅନୁଗୁଳ ଏବଂ ବୌଦ୍ଧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିଭଳି ୧୫ ତାରିଖରେ ଉପକୂଳ ସହ ଦକ୍ଷିଣ ଓଡ଼ିଶାର ୬ଟି ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ନେଇ ସତର୍କତା ଜାରି କରାଯାଇଛି । ୧୬ ତାରିଖରେ ଭଦ୍ରକ, ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, କଟକ, ଯାଜପୁର, ନୟାଗଡ, ବୌଦ୍ଧ, କନ୍ଧମାଳ, କୋରାପୁଟ ଏବଂ ମାଲକାନଗିରିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ।

Related posts

ଆଗାମୀ ଦୁଇ-ତିନି ମାସ ଖୁବ୍ ଗମ୍ଭୀର ରୂପ ନେବ କରୋନା

mahabharatanews

ଭ୍ୟାକ୍ସିନ ପରୀକ୍ଷଣ ପ୍ରକ୍ରିୟା ଆରମ୍ଭ

mahabharatanews

ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପରେ ୫୦ ବର୍ଷ ବୟସରୁ ଊଦ୍ଧ୍ୱର୍ ପାଇବେ କରୋନା ଟୀକା

mahabharatanews