ଓଡିଶା

ଆଜି ମହାବିଷୁବ ସଂକ୍ରାନ୍ତି 

ଓଡ଼ିଶାର ସଂସ୍କୃତି ପ୍ରଥା ପରମ୍ପରାନୁଯାୟୀ ଆଜିର ଦିନକୁ ନବ ବର୍ଷ ଭାବେ ପାଳନ କରନ୍ତି । ଏହାକୁ ମହାବିଷୁବ ସଂକ୍ରାନ୍ତି ବୋଲି କୁହାଯାଏ ଏବଂ ଆଜି ବୀର ବଜରଙ୍ଗୀ ହନୁମାନଙ୍କର ଜନ୍ମ ଜୟନ୍ତୀ ଦିବସ ମଧ୍ୟ । ଆଜିର ଦିନର ଅନେକ ମହତ୍ୱ ଏବଂ ବିଶେଷତ୍ୱ ରହିଛି । ପଣା ସଂକ୍ରାନ୍ତି ଅବସରରେ ଆଜି ଓଡ଼ିଶାର ଘରେ ଘରେ ବୃନ୍ଦାବତୀଙ୍କ ମୂଳରେ ପୂଜାର୍ଚ୍ଚନା କରାଯାଏ । ପଣା ଛତୁଆ ଭୋଗ ହେବା ସହ ବୃନ୍ଦାବତୀଙ୍କ ପାଖରେ ପାଣି ଓ ପଣା ଘଡି ବନ୍ଧାଯାଏ । ଯାହା ବର୍ଷାକୁ ସୂଚାଇଥାଏ ।

ସୂଚନାନୁଯାୟୀ , ପାଞ୍ଜି ଗଣନାରେ ବିଷୁବ ସଂକ୍ରାନ୍ତିର ଖାସ ବିଶେଷତ୍ୱ ରହିଛି । ଆଜିର ଦିନରେ ସୂର୍ଯ୍ୟ ପୃଥିବୀର ଠିକ୍ ମଧ୍ୟଭାଗରେ ଥିବା ବିଷୁବ ରେଖା ଉପରେ ଅବସ୍ଥିତ ଥାନ୍ତି । ସେହିପରି ଓଡ଼ିଆ ପରମ୍ପରା ଅନୁସାରେ ମହାବିଷୁବ ସଂକ୍ରାନ୍ତିକୁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗଣନା କରାଯାଏ ଏବଂ ଓଡ଼ିଆ ନବବର୍ଷ ଭାବେ ପାଳନ କରାଯାଏ । ବର୍ଷ ଆରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବାଦେବୀଙ୍କ ପାଖରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା ସହ ପଣା ଲାଗି କରାଯାଏ ।

 

 

Related posts

ଉଦଳା ବରିଷ୍ଠ ନାଗରିକ ସଂଘ ପକ୍ଷରୁ ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ଦାନ

mahabharatanews

ଓକିଲ ସଂଘର ନୂତନ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ

mahabharatanews

ଏକ କିଲୋରୁ ଉଦ୍ଧ୍ୱର୍ ଗଞ୍ଜେଇ ଜବତ, ୧ ଗିରଫ

mahabharatanews