ଓଡିଶା

ଗ୍ରୀଷ୍ମପ୍ରବାହ :୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

(ଭୁବନେଶ୍ୱର) : ଗ୍ରୀଷ୍ମପ୍ରବାହ ନେଇ କାଲି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । କଟକ, ନୟାଗଡ଼, ଢେଙ୍କାନାଳ, ଭଦ୍ରକ ଓ ଯାଜପୁରକୁ ୟେଲୋ ୱାର୍ଣ୍ଣିଂ । ଆସନ୍ତା ୫ ଦିନ ଯାଏଁ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ ବୃଦ୍ଧି ସମ୍ଭବନା । ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱର ସବୁଠୁ ଉତ୍ତପ୍ତ।

ସୂଚନାନୁଯାୟୀ , ୩୯.୬ ଡିଗ୍ରୀ ସହ ଭୁବନେଶ୍ୱର ସବୁଠୁ ଉତ୍ତପ୍ତ । ଚାନ୍ଦବାଲି ୩୯.୨, ଝାରସୁଗୁଡ଼ା ୩୮.୮, ରାଉରକେଲା ୩୭.୮ ଡିଗ୍ରୀ । କେନ୍ଦୁଝର ୩୭.୪, ସମ୍ବଲପୁର ଓ ହୀରାକୁଦ ୩୭.୨ ଡିଗ୍ରୀ । ପୁଣି ରାଜ୍ୟରେ ତାପମାତ୍ରା ଦିନକୁ ଦିନ ବଢ଼ିବାରେ ଲାଗିଛି । ଆସନ୍ତା ୫ ଦିନ ଭିତରେ ତାପମାତ୍ରା ୫ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ନେଇ ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Related posts

ଚଳିତ ବର୍ଷ ରାଜ୍ୟରେ କମ୍ ରହିବ ଗ୍ରୀଷ୍ମର ପ୍ରଭାବ

mahabharatanews

ପାତ୍ରପଡ଼ା ‘ମୋ ବସ୍’ ଡିପୋରେ ଆନ୍ଦୋଳନ

mahabharatanews

10 ବର୍ଷରେ ଭିଜିଲାନ୍ସ ପଞ୍ଝାରେ ଜଳସମ୍ପଦ ବିଭାଗର 130 ଯନ୍ତ୍ରୀ

mahabharatanews