(ମହାନଦୀ): ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।
ହୀରାକୁଦ ଜଳଭଣ୍ଡାରରେ ଅଘଟଣ ଘଟିଥିଲା । ଡଙ୍ଗା ବୁଡ଼ି ୨ ମୃତ ୭ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ନିଖୋଜମାନଙ୍କୁ ଉଦ୍ଧାର କରିବା ପାଇଁ ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳ ପହଞ୍ଚିଥିଲେ । ଡଙ୍ଗାରେ ପ୍ରାୟ ୫୦ ଜଣ ଥିଲେ। ସେମାନେ ବରଗଡ଼ ବାଞ୍ଜିପାଲିରୁ ଯାଉଥିଲେ। ଉଦ୍ଧାର ସମସ୍ତ ବ୍ୟକ୍ତିଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।