ଓଡିଶା

୩୦ରେ ନାମାଙ୍କନ ଭରିବେ ନବୀନ

(ଭୁବନେଶ୍ୱର) :  ୩୦ ଏପ୍ରିଲରେ ନାମାଙ୍କନ ଭରିବେ ନବୀନ । ସେ ୩୦ ରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ସେହି ଦିନ ସେ ପ୍ରଥମେ ତାରା ତାରିଣୀ ମନ୍ଦିର ଯିବେ। ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିବେ।

ସୂଚନାନୁଯାୟୀ , ମେ ୧ରେ ମୁଖ୍ୟମନ୍ତ୍ରୀ ଖଲ୍ଲିକୋଟ, କବିସୂର୍ୟ୍ୟନଗର , ଦିଗପହଣ୍ଡି ଏବଂ ଛତ୍ରପୁରରେ ପ୍ରଚାର କରିବେ। ଭଞ୍ଜନଗର, ପୋଲସରା, ସାନଖେମୁଣ୍ଡି ଏବଂ ସୋରଡ଼ାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରିଦର୍ଶନ କରିବେ ଏବଂ ମେ ୩ ରେ ରାଲି ଅନୁଷ୍ଠିତ ହେବ। ସେହିପରି ଗୋପାଳପୁର ଏବଂ ଆସ୍କାରେ ନବୀନଙ୍କର ଦୁଇଟି ସାଧାରଣ ସଭା ରହିଛି। ପରେ ନାମାଙ୍କନପତ୍ର ଦାଖଲ କରି ଚିକିଟିରେ ଏକ ସମାବେଶକୁ ସମ୍ବୋଧିତ କରିବାର ଯୋଜନା ରହିଛି। ଏହାପରେ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲାର ଏକ ମାରାଥନ୍ ଅଭିଯାନ କାର୍ୟ୍ୟକ୍ରମ କରିବେ ।

Related posts

୨୯୧ରୁ ୪୨ ଜଣ ପ୍ରବାସୀ ହୋମ୍ କ୍ୱାରେଣ୍ଟାଇଂନରେ

mahabharatanews

୫ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ୨ ଗିରଫ

mahabharatanews

ମୁହଁ ଖୋଲିଛନ୍ତି ସୌମ୍ୟଙ୍କ ନବବିବାହିତା ପତ୍ନୀ

mahabharatanews