ଓଡିଶା

ଗଞ୍ଜାମର ହିଞ୍ଜିଳି-ଶେରଗଡ଼ ଓ ଖଲ୍ଲିକୋଟରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର;ଲୋକଙ୍କୁ ଦେଲେ  ବିକାଶର ହିସାବ

(ଗଂଜାମ) : ଗଞ୍ଜାମର ହିଞ୍ଜିଳି-ଶେରଗଡ଼ ଓ ଖଲ୍ଲିକୋଟରେ କାର୍ତ୍ତିକ ପାଣ୍ଡିଆନଙ୍କ । ମାରାଥନ ପ୍ରଚାର, ବିଶାଳ ରୋଡ ସୋ, ରାସ୍ତାର ଦୁଇପାର୍ଶ୍ୱରେ ଭବ୍ୟ ସମ୍ୱର୍ଦ୍ଧନା ଦେଲେ ଜନତା । ବିରୋଧୀଦଳ ବିଜେପି ଉପରେ କଲେ ପ୍ରଚଣ୍ଡ ଆକ୍ରମଣ,କିଛିଲୋକ ଦିନରେ ସ୍ୱପ୍ନ ଦେଖୁଛନ୍ତି, ଭାବୁଛନ୍ତି ନବୀନବାବୁ ଆଉ ମୁଖ୍ୟମନ୍ତ୍ରୀ ହେବେ ନାହିଁ, କିନ୍ତୁ ବିଜେପିକୁ ଯଦି ପଚାରିବେ ତୁମର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ? ଉତ୍ତର ଦେଇପାରିବେ ନାହିଁ, ଦମ୍‍ ଅଛି ଯଦି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରନ୍ତୁ,ଦେଖିବେ ୧୦ ପ୍ରତିଶତ ଭୋଟ ବି ପାଇବେ ନାହିଁ ।

ଲୋକଙ୍କୁ ବିକାଶର ହିସାବ ଦେଇ ସେ କହିଥିଲେ ଯେ ହିଞ୍ଜିଳି-ଶେରଗଡ଼ର ଜଗନ୍ନାଥ ମନ୍ଦିର, ତାରାତାରିଣୀ, ସ୍ୱପ୍ନେଶ୍ୱର ଓ ଉଦୟନାଥ ମନ୍ଦିରର ଉନ୍ନତି ପାଇଁ ୧.୩୦ କୋଟି ଟଙ୍କା, ହରଭଙ୍ଗୀ ଜଳସେଚନ ପ୍ରକଳ୍ପ ସମ୍ପ୍ରସାରଣ ପାଇଁ ୧୭୦ କୋଟି ଟଙ୍କା, ଏହି ପ୍ରକଳ୍ପ ଜରିଆରେ ୭୦୦୦ ଏକର ଜମିକୁ ଜଳସେଚନ ସୁବିଧା ମିଳିବ । ସେହିପରି ଶେରଗଡ଼ ଓ ପଥରପୁଙ୍ଗୀ ମେଗାଲିଫ୍ଟ ପାଇଁ ୬୦ କୋଟି ଟଙ୍କା, ୪୫ ଗୋଟି କ୍ଷୁଦ୍ର ଜଳସେଚନର ପ୍ରକଳ୍ପର ପୁନରୁଦ୍ଧାର ପାଇଁ ୧୪ କୋଟି ଟଙ୍କା ରେ ପ୍ରକଳ୍ପ କାର୍ଯ୍ୟ ଜାରିରହିଛି । ଶେରଗଡ଼ କଲେଜକୁ କଟକ, ଭୁବନେଶ୍ୱରର ଅଗ୍ରଣୀ କଲେଜ ସହିତ ମୁଖ୍ୟମନ୍ତ୍ରୀ ସମକକ୍ଷ କରିଛନ୍ତି, ଆହୁରି ମଧ୍ୟ ଉଦୟପ୍ରତାପ ହାୟର ସେକେଣ୍ଡାରି ସ୍କୁଲ ଓ ଡିଗ୍ରୀ କଲେଜର ରୁପାନ୍ତରଣ କରିଛନ୍ତି, ପିତ୍ତଳ ହାୟର ସେକେଣ୍ଡାରି ସ୍କୁଲର ରୁପାନ୍ତରଣ ପାଇଁ ୫୦ ଲକ୍ଷ ଟଙ୍କା, କାଞ୍ଜିଆମା ହାଇସ୍କୁଲ, ପିତ୍ତଳ ଗାର୍ଲସ୍‍ ହାଇସ୍କୁଲ, ନରେନ୍ଦ୍ରପୁର ହାଇସ୍କୁଲ, ରାମଚନ୍ଦ୍ରପୁର ହାଇସ୍କୁଲ ଏବଂ ବ୍ରାହ୍ମଣସାହୀ ହାଇସ୍କୁଲର ରୁପାନ୍ତରଣ ପାଇଁ ପ୍ରତ୍ୟେକଙ୍କୁ ୫୦ ଲକ୍ଷ ଟଙ୍କା ଇତ୍ୟାଦି ପିତ୍ତଳର ସ୍କୁଲ, କଲେଜ, ମନ୍ଦିର ଆଦି ଅନେକ ଅନୁଷ୍ଠାନର ରୂପାନ୍ତରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Related posts

“ମୁଖ୍ୟମନ୍ତ୍ରୀ ଶାନ୍ତିରେ ବିଶ୍ୱାସ କରନ୍ତି” : କାର୍ତ୍ତିକ ପାଣ୍ଡିଆନ

mahabharatanews

ପୂର୍ବତନ ବିଧାୟକ ଗୋପ ନାରାୟଣ ଦାସଙ୍କ ପରଲୋକ

mahabharatanews

୧୨ରୁ ପ୍ରଚଣ୍ଡ ବିଜୁଳି, ଘଡଘଡି ସହ ପ୍ରବଳ ବର୍ଷା

mahabharatanews