(ଭୁବନେଶ୍ୱର) : ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ମେ ୧୩ ତାରିଖରେ ୪ଟି ସଂସଦୀୟ କ୍ଷେତ୍ର ଓ ୨୮ ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ ହେବ । ଆଜିଠୁ ଡିସପୋସାଲ ପ୍ରକ୍ରିୟା ଆରମ୍ଭ ହୋଇଛି ।
ସୂଚନାନୁଯାୟୀ , ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ର ଚତୁର୍ଥ ପର୍ଯ୍ୟାୟରେ ଓଡ଼ିଶାରେ ୪ଟି ସଂସଦୀୟ କ୍ଷେତ୍ର ଯଥା: କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ଏବଂ ଏସବୁ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୨୮ଟି ବିଧାନସଭା କ୍ଷେତ୍ର ପାଇଁ ମଇ ୧୩ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ । ଏହି ପର୍ଯ୍ୟାୟରେ ଚାରୋଟି ସଂସଦୀୟ କ୍ଷେତ୍ର ଅଧିନରେ ମୋଟ ୬୨,୮୭,୨୨୨ ଜଣ ମତଦାତା ନିଜ ନିଜର ମତାଧିକାର ସାବ୍ୟସ୍ତ କରିବେ । ଏମାନଙ୍କ ମଧ୍ୟରେ ୩୦,୯୭,୫୨୭ ପୁରୁଷ, ୩୧,୮୯,୦୬୦ ମହିଳା ଓ ୬୩୫ ତୃତୀୟ ଲିଙ୍ଗ ଭୋଟର ରହିଛନ୍ତି ଏବଂ ମତଦାତା ଲିଙ୍ଗ ଅନୁପାତ ୧୦୩୦ ରହିଛି । ପୁରୁଷ ଭୋଟରଙ୍କ ଅପେକ୍ଷା ମହିଳା ଭୋଟରଙ୍କ ସଂଖ୍ୟା ଅଧିକ ରହିଛି ।
