ଓଡିଶା

ଆସନ୍ତା ୧୫ ତାରିଖ ଯାଏଁ ଝଡ଼ବର୍ଷା

(ଭୁବନେଶ୍ୱର)  : କାଳବୈଶାଖୀ ବର୍ଷା ଟ୍ୱିନ୍ ସିଟିକୁ ଅସ୍ତବ୍ୟସ୍ତ କରିପକାଇଛି । ଆସନ୍ତା ୧୫ ତାରିଖ ଯାଏଁ ଝଡ଼ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଜି ପାଇଁ ୪ ଜିଲ୍ଲା- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

ସୂଚନାନୁଯାୟୀ, ୧୫ ଜିଲ୍ଲାରେ ୩୦ରୁ ୫୦ କିମି ବେଗରେ ପବନ ସହ ବିଜୁଳି ଘଡ଼ଘଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ହେଲେ ୧୭ ତାରିଖ ବେଳକୁ ପୁଣି ରାଜ୍ୟକୁ ତାତି ଫେରିବ । ମେ’ ୧୭ରୁ ୨୩ ତାରିଖ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ବୃଦ୍ଧି ସାଙ୍ଗକୁ ତାତି ଫେରିବା ସମ୍ଭାବନା ରହିଛି। ୨୪ ଘଂଟା ମଧ୍ୟରେ କେନ୍ଦ୍ରାପଡା ରାଜନଗରରେ ସର୍ବାଧିକ ୧୦୧ ମିଲିମିଟର ବର୍ଷା ହୋଇଥିବା ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Related posts

ରାଜଧାନୀରେ ଗ୍ୟାସ ଏଜେନ୍ସି କର୍ମଚାରୀ କରୋନା ଚିହ୍ନଟ

mahabharatanews

ସ୍ପ୍ରିଡ଼ ଜଗୁଛି ଲେଜର ଗନ କ୍ୟାମେରା

mahabharatanews

ସିକିରିଡିରେ ନୂତନ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା

mahabharatanews