ଭାରତ

ଆଜି ପୁଣି ଓଡ଼ିଶା ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱଶର୍ମା

 (ଆସାମ) : ପୁଣି ଓଡ଼ିଶା ଗସ୍ତରେ ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱଶର୍ମା। ଓଡ଼ିଶାରେ ଆସିବେ ନିର୍ବାଚନ ପ୍ରଚାରକୁ ଶାଣିତ କରିବା ଏବଂ ରାଜ୍ୟ ବିଜେପିର କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବାକୁ ଓଡ଼ିଶା ଆସୁଛନ୍ତି ହେମନ୍ତ ବିଶ୍ୱଶର୍ମା । ଏନେଇ ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

ସୂଚନାନୁଯାୟୀ , ଆଜି ଅପରାହ୍ନ ସାଢେ ୨ଟା ଭୁବନେଶ୍ୱରର ସ୍ୱସ୍ତି ପ୍ରିମିୟମ ହୋଟେଲରେ ‘ବିଶେଷ ସମ୍ପର୍କ ଅଭିଯାନ’ରେ ଯୋଗଦେବେ ଆସାମ ମୁଖ୍ୟମନ୍ତ୍ରୀ। ଏହା ପୂର୍ବରୁ ଗତ ୯ ତାରିଖରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ଆଜି ଚିତ୍ରକୋଣ୍ଡା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ମାଥିଲି, ଗଞ୍ଜାମ ଜିଲ୍ଲାର ଖଲ୍ଲିକୋଟ ଓ ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଏମ୍‌ପିଭି-୮୨ ଠାରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଥିଲେ। ବିଜେପି ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିବା ସହ ସେ ଭୋଟ ମାଗିଥିଲେ।

Related posts

ଜାଣନ୍ତୁ ପ୍ରଭୁ ଶ୍ରୀରାମଙ୍କ ଦିବ୍ୟ ଦର୍ଶନ ସମୟ 

mahabharatanews

ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେଙ୍କୁ ଗୁଳିମାଡ଼

mahabharatanews

ବୁଧବାର ଠାରୁ ୧୨ରୁ୧୪ ବର୍ଷ ବୟସ୍କ ପିଲାଙ୍କୁ ଦିଆଯିବ କୋଭିଡ୍ ଟୀକା

mahabharatanews