ଓଡିଶା

ଅନୁଗୋଳରେ ମୁଖ୍ୟମନ୍ତ୍ରୀଙ୍କ ଜୋରଦାର ପ୍ରଚାର 

(ଅନୁଗୁଳ): ଅନୁଗୋଳ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ପ୍ରଚାର । ଏତେ ଖରାରେ ଏତେ ଦୂରରୁ ଆସିଥିବାରୁ ଉପସ୍ଥିତ ବିଶାଳ ଜନସମାବେଶକୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ । ବିରୋଧୀ ନେତାମାନେ ମିଛ କଥା କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ବି.ଏସ୍‍.କେ.ୱାଇ, ମିଶନ ଶକ୍ତି, ମମତା, ଲକ୍ଷ୍ମୀ ବସ୍‍, ୫ଟି ସ୍କୁଲ ରୂପାନ୍ତରଣ, ପିଲାଙ୍କ ସ୍କଲାରସିପ୍‍, ଚାଷୀଙ୍କ କାଳିଆ, ମଧୁବାବୁ ପେନ୍‍ସନ ଯୋଜନା, ଚାଉଳ କାର୍ଡ ପରି ଜନକଲ୍ୟାଣକାରୀ ଯୋଜନାର ସୁଫଳ ସମ୍ପର୍କରେ ଜନମତ ନେଲେ ।ଜୁଲାଇରୁ ବିଜୁଳି ବିଲ ଆସିବ ନାହିଁ, ବିଜୁ ଜନତା ଦଳ ସରକାର ମାଗଣା ବିଜୁଳି ଦେବ, ଆପଣମାନେ ଖୁସି ତ ?  ମା ସମଲେଇଙ୍କ ପ୍ରକଳ୍ପ କାମ ଭଲ ହୋଇଛି ତ ? ପୁରୀ ପରିକ୍ରମା ପ୍ରକଳ୍ପ ଭଲ ହେଇଛି ତ ? ବହୁତ ଭଲ ବୋଲି ଉଚ୍ଛ୍ୱସିତ ସ୍ୱରରେ ଉତ୍ତର ଦେଲେ ଜନତା । ବିଜୁ ଜନତା ଦଳର ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଆଶୀର୍ବାଦ କରିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ ।

Related posts

୨୪ ଘଣ୍ଟାରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ

mahabharatanews

୨୯ ତାରିଖରୁ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ କାମ ଆରମ୍ଭ

mahabharatanews

 ଥମୁନି NAC ଦାବି

mahabharatanews