ଓଡିଶା

ଚାଲିଛି ଦ୍ବିତୀୟ ପର୍ଯ୍ୟାୟ ମତଦାନ

(ରାଜ୍ୟ) : ଆରମ୍ଭ ହୋଇଛି ଦ୍ବିତୀୟ ପର୍ଯ୍ୟାୟ ମତଦାନ। ସକାଳ ୭ରୁ ଭୋଟଗ୍ରହଣ ଆରମ୍ଭ ହୋଇଛି। ସକାଳୁ ସକାଳୁ ବୁଥରେ ଲାଗିଛି ଗହଳି।

ସୂଚନାନୁଯାୟୀ , ଆଜି ୫ ଲୋକସଭା ଆସନ ଆସ୍କା, କନ୍ଧମାଳ, ବଲାଙ୍ଗିର, ବରଗଡ଼, ସୁନ୍ଦରଗଡ ଓ ଏହା ଅଧୀନସ୍ଥ ୩୫ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟିଂ ଚାଲିଛି।୫ ସଂସଦୀୟ କ୍ଷେତ୍ରରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଜଣ ଭୋଟର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୪୦ଲକ୍ଷ ୩୩ ହଜାର ୯୯୨ ପୁରୁଷ, ୩୯ ଲକ୍ଷ ୩୫ ହଜାର ୪୪ ମହିଳା ଓ ୮୫୧ ତୃତୀୟ ଲିଙ୍ଗୀ ଭୋଟର ଅଛନ୍ତି। ସେହିପରି ୨ ଲକ୍ଷ ୧୩ ହଜାର ୧୨୯ ଜଣ ପ୍ରଥମ ଥର ଭୋଟ୍ ଦେବାକୁ ଯାଉଥିବା ବେଳେ ୧୬ ଲକ୍ଷ ୯୮ ହଜାର ୫୧୬ ଜଣ ଯୁବ ତଥା ୨୦ରୁ ୨୯ ବର୍ଷ ବୟସର ଭୋଟର ଅଛନ୍ତି ।

Related posts

ମାନ୍ୟଗଣ୍ୟଙ୍କ ଉପସ୍ଥିତିରେ ବାର୍ଷିକ ଉତ୍ସବ ଧୂମଧାମରେ ପାଳିତ

mahabharatanews

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ

mahabharatanews

ଚତୁର୍ଦ୍ଧା ମୂର୍ତ୍ତିଙ୍କ ବିଗ୍ରହ ପ୍ରତିଷ୍ଠା, ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ

mahabharatanews