ଓଡିଶା

ସୁରକ୍ଷା ବାହିନୀ-ମାଓବାଦୀ ଗୁଳି ବିନିମୟ: ଏସଓଜି ଯବାନ ଗୁରୁତର

(ଓଡିଶା) : ଓଡ଼ିଶା ଓ ଛତିଶଗଡ଼ ସୀମାନ୍ତ ନୂଆପଡ଼ା ଜିଲ୍ଲା କୋମନା ଥାନା ଶିବନାରାୟଣପୁର ନିକଟରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଜଣେ ଏସଓଜି ଯବାନଙ୍କୁ ଗୁଳି ଲାଗିଥିବାରୁ ସେ ଗୁରୁତର ଆହତ ହୋଇଛନ୍ତି।

ସୂଚନାନୁଯାୟୀ , ଏବେ ଆହତ ଯବାନ ରାୟପୁରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର ହୋଇଛନ୍ତି। ଏନେଇ ନୂଆପଡ଼ା ଏସପି ଜିଆର ରାଘବେନ୍ଦ୍ର ସୂଚନା ଦେଇଛନ୍ତି।  ଗତ କିଛି ଦିନ ହେବ ଓଡ଼ିଶା ଓ ଛତିଶଗଡ଼ ସୀମାନ୍ତ ଅଞ୍ଚଳରେ ମାଓବାଦୀଙ୍କ ଗତିବିଧି ପରିଲକ୍ଷିତ ହେଉଛି। ସୁନାବେଡ଼ା ଅଭୟାରଣ୍ୟ ଅଞ୍ଚଳରେ ମାଓବାଦୀମାନେ ଚଳପ୍ରଚଳ ହେଉଥିବା ପୁଲିସକୁ ଗୁଇନ୍ଦା ସୂତ୍ରରୁ ଖବର ମିଳିଥିଲା।

Related posts

ଆଜିଠୁ ଖୋଲିଲା ଏମକେସିଜି ମେଡିକାଲ ଓପିଡି

mahabharatanews

ଭୁବନେଶ୍ୱରରେ ହତ୍ୟା କରି ଘଟଗାଁ ଜଙ୍ଗଲରେ ମୃତଦେହ ପୋତି ଦେଇଥିଲେ ପୁରୁଷ ବନ୍ଧୁ

mahabharatanews

ସରକାରୀ ଆବାସ ଯୋଜନା ସାତସପନ

mahabharatanews