ଓଡିଶା

ରାଜଧାନୀରେ ଫ୍ଲାଗମାର୍ଚ୍ଚ

(ଭୁବନେଶ୍ଵର) :  ମେ’୨୫ରେ ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ହେବ। ରାଜଧାନୀ ଭୁବନେଶ୍ବରରେ ମଧ୍ୟ ଏହି ପର୍ଯ୍ୟାୟରେ ମତଦାନ କରାଯିବ। ନିର୍ବାଚନକୁ ଅବାଧ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ଭାବରେ କରିବା ପାଇଁ ଜନସାଧାରଣଙ୍କୁ ପୁଲିସ୍ ପକ୍ଷରୁ ସଚେତନ କରାଯାଇଛି। ଏକାଧିକ ବ୍ୟକ୍ତି ଗୋଟିଏ ଜାଗାରେ ଏକାଠି ନ ହେବା ପାଇଁ କୁହାଯାଇଛି।

ସୂଚନାନୁଯାୟୀ , ସୁରକ୍ଷାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ସିଆରପିଏଫ ଏବଂ କମିସନରେଟ୍ ପୁଲିସ୍‌ ପକ୍ଷରୁ ଫ୍ଲାଗମାର୍ଚ୍ଚ କରାଯାଇଛି। ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ସହ ବସ୍ତି ଅଞ୍ଚଳରେ ଆଇନ ଶୃଙ୍ଖଳା ବଜାୟ ରଖିବା ପାଇଁ ଫ୍ଲାଗମାର୍ଚ୍ଚ କରାଯାଇଛି ବୋଲି କମିସନରେଟ ପୁଲିସ୍ କହିଛି।

Related posts

ସୁନ୍ଦରଗଡ ମ୍ୟୁନିସପାଲ୍ଟି ସହିତ ୪ଟି ବ୍ଲକ୍ ର ୪୭ ହଜାର ଲୋକ ହେବେ ଉପକୃତ

mahabharatanews

ଆଜିଠୁ ୬୧ ଦିନ ଯାଏଁ ମାଛଧରା ବନ୍ଦ

mahabharatanews

ପୋଲିସକୁ ଖୋଲା ଚାଲେଞ୍ଜ ଦେଉଛନ୍ତି ଅପରାଧୀ

mahabharatanews