ଓଡିଶା

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଭୋଟିଂ 

(ଭୁବନେଶ୍ୱର) : ରାଜ୍ୟରେ ତୃତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ । ସମ୍ବଲପୁର, ଢେଙ୍କାନାଳ, କେନ୍ଦୁଝର, କଟକ, ପୁରୀ ଏବଂ ଭୁବନେଶ୍ୱର ଲୋକସଭା ଆସନ ଏବଂ ଅଧୀନସ୍ଥ ୪୨ଟି ବିଧାନସଭା ଆସନରେ ଭୋଟ ଗ୍ରହଣ ହେବ । ଏହି ପର୍ଯ୍ୟାୟରେ ସବୁଠୁ ଚର୍ଚ୍ଚିତ ଆସନରେ ଭୋଟିଂ ହେବ ।

ସୂଚନାନୁଯାୟୀ , ମୋଟ ୪୪୭ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୯୪ ଲକ୍ଷ ୪୮ ହଜାର ଭୋଟର୍ । ପୁରୁଷ ଭୋଟରଙ୍କ ସଂଖ୍ୟା ୪୮ ଲକ୍ଷ ୩୦ ହଜାର ଥିବାବେଳେ ୪୬ ଲକ୍ଷ ୧୮ ହଜାର ମହିଳା ଭୋଟର ମତଦାନ ସାବ୍ଯସ୍ତ କରିବେ ।  ୧୦ ହଜାର ୫୫୧ କେନ୍ଦ୍ରରେ ମତଦାନ ହେବାକୁ ଯାଉଛି । ମୁକ୍ତ ଓ ଅବାଧ ନିର୍ବାଚନ ଲାଗି ୩୫ ହଜାରରୁ ଅଧିକ ସୁରକ୍ଷା ଯବାନଙ୍କୁ ମୁତୟନ କରାଯାଇଛି । ଏଥିରେ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀ ବା ସିଏପିଏଫର ୧୨୧ କଂପାନି ଥିବା ବେଳେ ଓଡ଼ିଶା ସଶସ୍ତ୍ର ବାହିନୀର ୧୦୬ ପ୍ଲାଟୁନ ଫୋର୍ସ ଏବଂ ୧୯୮୬୫ ସିଭିଲ ପୁଲିସ କର୍ମଚାରୀ ସାମିଲ ଅଛନ୍ତି ।

Related posts

ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ

mahabharatanews

ରାଜରାଜେଶ୍ୱରୀ ବେଶରେ ଦର୍ଶନ ଦେବେ ମାଆ ମଙ୍ଗଳା

mahabharatanews

୫ଟି ସଚିବଙ୍କ ବଲାଙ୍ଗୀରି ଗସ୍ତ

mahabharatanews