ଓଡିଶାଶିକ୍ଷା

ଆଜି ଠାରୁ +୨ ନାମ ଲେଖା ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର:ଆଜି ଠାରୁ +୨ ନାମ ଲେଖା ପାଇଁ ଆବେଦନ ଆରମ୍ଭ । ତେବେ ଛାତ୍ରଛାତ୍ରୀ ମାନେ ଆଜି ଠାରୁ ଆବେଦନ କରିପାରିବେ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ଥିବା କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ପାଠ୍ୟକ୍ରମରେ ନାମଲେଖା ପାଇଁ www.samsodisha.gov.in  ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ତେବେ ଏହି ଆବେଦନ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହୋଇ ଜୁଲାଇ ୬ତାରିଖ ପର୍ଯ୍ୟନ୍ତ ଚାଲିବ । ତେବେ ଏଥର ମୋଟ ୨ହଜାର ୨୨୧ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୁଡିକରେ ଆଡମିଶନ କରାଯିବ। କଳାରେ ୯୪ହଜାର ୮୪୦, ବିଜ୍ଞାନରେ ୧ଲକ୍ଷ ୬୬ହଜାର ୯୨୯, ବାଣିଜ୍ୟରେ ୪୦ହଜାର ୧୦୪ ଓ ଧନ୍ଦାମୂଳକ ଶିକ୍ଷାରେ ୧୦ହଜାର ୫୦୪ ସିଟ୍ ଉପଲବ୍ଧ ରହିଛି। ଜୁଲାଇ ୧୮ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା। ଯୋଗ୍ୟ ଛାତ୍ରଛାତ୍ରୀ ଜୁଲାଇ ୧୯ରୁ ୨୩ ତାରିଖ ଭିତରେ ନାମ ଲେଖାଇ ପାରିବେ।

Related posts

୧୪, ୧୫, ୧୬ରେ ବିଜେପି ଜିଲ୍ଲା ସଭାପତି ନିର୍ବାଚନ

mahabharatanews

ନିର୍ବାଚନ ଆୟୋଗଙ୍କ ସମୀକ୍ଷା ବୈଠକ

mahabharatanews

ଅମାନିଆଙ୍କୁ ସାବାଡ଼ କରିବା ପାଇଁ ପୋଲିସର କଡା ଆଭିମୁଖ୍ୟ

mahabharatanews