ଓଡିଶା

ଆଜି ମହାପ୍ରଭୁଙ୍କ ସୁନାବେଶ

ପୁରୀ:ଆଜି ମହାପ୍ରଭୁଙ୍କ ସୁନାବେଶ । ମହଣ ମହଣ ସୁନାରେ ସଜେଇ ହେବେ ବଡ଼ ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଆଉ କାଳିଆ ସାଆନ୍ତେ । ମହାପ୍ରଭୁ ରଥରେ ସୁନାରେ ସଜେଇ ହୋଇ ଲକ୍ଷଲକ୍ଷ ଭକ୍ତଙ୍କୁ ଦର୍ଶନ ଦେବେ । ସୁନାବେଶ ପାଇଁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ କରଯାଇଛି । ଅପରାହ୍ନ ୫ଟାରୁ ସୁନାବେଶ ଆରମ୍ଭ ହେବ । ରାତି ୧୧ଟା ପର୍ୟ୍ୟନ୍ତ ସୁନାବେଶରେ ଦର୍ଶନ ଦେବା ପରେ ବେଶ ଓଲାଗି ହେବ ।

ଭକ୍ତଙ୍କ ଭିଡ଼ ନିୟନ୍ତ୍ରଣ ପ୍ରଶାସନ ପାଇଁ ଏକ ବଡ ଚ୍ୟାଲେଞ୍ଜ। ଏଥିପାଇଁ ପୁଲିସ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା କରାଯାଇଛି। ପୂର୍ବଭଳି ମେଡିକାଲ ଛକରୁ ଚାଲି ଚାଲି ଯିବେ ଭକ୍ତ। ଏଥିପାଇଁ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି। ମେଡିକାଲ ଛକରୁ ଶ୍ରୀମନ୍ଦିର ମଧ୍ୟରେ ବଡଦାଣ୍ଡକୁ ସଂଯୋଗ କରୁଥିବା ରାସ୍ତାକୁ ସିଲ କରାଯାଇଛି। ଆବଶ୍ୟକ ପଡିଲେ ଶ୍ରୀମାର୍ଗକୁ ବ୍ୟବହାର କରାଯିବ। ଅଧିକ ଭିଡ଼ ହେଲେ, ଆବଶ୍ୟକସ୍ଥଳେ ଲୋକଙ୍କୁ ବାହାର କରିବା ପାଇଁ ସିଲ ହୋଇଥିବା ରାସ୍ତାକୁ ଖୋଲାଯାଇପାରେ ବୋଲି କହିଛନ୍ତି ପୁରୀ ଏସପି ପିନାକ ମିଶ୍ର ।

Related posts

ଖାଉଟି ଅଧିକାର ସୁରକ୍ଷା କମିଟି ପକ୍ଷରୁ ପାରଳା ସହରରେ ସଚେତନତା କାର୍ଯ୍ୟକ୍ରମ

mahabharatanews

ମହିଳାଙ୍କ ତଣ୍ଟି ଚିପି ହତ୍ୟାକଲା ସାବତ ପୁଅ

mahabharatanews

ପ୍ରତାପ ଷଢଙ୍ଗୀଙ୍କ ବିରୋଧରେ ଫେରାଦ ହେଲେ ବିଜେଡି

mahabharatanews