ଓଡିଶାପାଣିପାଗ

୨୮ ତାରିଖ ପର୍ଯ୍ୟନ୍ତ ନିର୍ଧୁମ୍ ଛେଚିବ, ୩ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ବର: ରାଜ୍ୟର ଅନେକ ସ୍ଥାନରେ ମୌସୁମୀ ବର୍ଷା ଲାଗି ରହିଛି। ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟ ବିଭିନ୍ନ ସ୍ଥାନରେ ଭାରି ବର୍ଷାର ସମ୍ଭାବନା ରହିଛି। ଆଜି କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣାଞ୍ଚଳ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚିଳିକ ପାଣିପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପାଣିପାଗ ବିଜ୍ଞାନୀଙ୍କ ସୂଚନା ଅନୁଯାୟୀ ମାଲକାନଗିରି, କୋରାପୁଟ୍, ନବରଙ୍ଗପୁର, ନୂଆପଡା ଓ ଅନୁଗୁଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ରାଜ୍ୟ ଉପରେ ସକ୍ରିୟ ଥିବା ୩ଟି ପାଣିପାଗ ନିୟାମକକୁ ନେଇ ଜାରି ରହିଛି ବର୍ଷା। ଏହା ସହ ପୂର୍ବ ମଧ୍ୟପ୍ରଦେଶ ଓ ଛତିଶଗଡ଼ ପାଖାପାଖି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ରାଜ୍ୟରେ ୪ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ଓଡି଼ଶାର ବିଭିନ୍ନ ଅଞ୍ଚଳରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ବର୍ଷା ହେବା ନେଇ ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଅତିପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର ଓ ନୂଆପଡ଼ାରେ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ସେହିପରି ପ୍ରବଳ ବର୍ଷା ପାଇଁ ଅନୁଗୁଳ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ସୋନପୁର, ଢେଙ୍କାନାଳ, ସମ୍ବଲପୁର, ବରଗଡ, କଟକ, ନୟାଗଡ, ଦେଓଗଡ ଓ ଝାରସୁଗୁଡା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଶନିବାର ଓ ରବିବାର ମଧ୍ୟ କିଛି ଜିଲ୍ଲାରେ ବର୍ଷା ନେଇ ଆକଳନ କରାଯାଇଛି।

Related posts

ଗୁଣ୍ଡୁରୁପାଲି ଗ୍ରାମରେ ବାଇକ ଚୋରି କରୁଥିବା ବେଳେ ଧରା ପଡିଲା ଚୋର

mahabharatanews

ବଢୁଛି ସଡ଼କ ଦୁର୍ଘଟଣା ବୃଦ୍ଧି ପାଉଛି ମାମଲା

mahabharatanews

ଆସନ୍ତା ୨ ଓ ୩ତାରିଖରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା 

mahabharatanews