ଓଡିଶା

ଆସିଲା ରାଜ୍ୟ ବଜେଟ୍ : କୃଷି ପାଇଁ ୩୩ ହଜାର କୋଟି

ବିଧାନସଭାରେ ଆଗତ ହେଲା ରାଜ୍ୟ ବଜେଟ୍। ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି । କ୍ଷମତାକୁ ଆସିବା ପରେ ବିଜେପି ସରକାରର ଏହା ପ୍ରଥମ ବଜେଟ । ବଜେଟର ପ୍ରଥମ ପର୍ଯ୍ୟାୟର କୃଷି ବଜେଟ ସଂପର୍କରେ ଘୋଷଣା କରାଯାଇଛି ।

କୃଷି ପାଇଁ ପୂର୍ବ ବର୍ଷ ତୁଳନାରେ ବଜେଟ ଆକାର ବଢ଼ିଛି । ଗତବର୍ଷ କୃଷି ବଜେଟ ଥିଲା ୨୪, ୮୨୯ କୋଟି । ଚଳିତ ବର୍ଷ କୃଷି ବଜେଟ ପରିମାଣ ୩୩, ୯୧୯ କୋଟି କରିଛନ୍ତି ମୋହନ ସରକାର । ସେହିପରି ଧାନ କୁଇଣ୍ଟାଲ ପିଛା ୩୧ଶହ ଟଙ୍କାରେ କିଣାଯିବ । ବଜେଟ ଉପସ୍ଥାପନ ବେଳେ ମୁଖ୍ୟମନ୍ତ୍ରୀ ଦେଲେ ସୂଚନା । ଧାର୍ଯ୍ୟ MSPଠାରୁ ୮ଶହ ଟଙ୍କା ଅଧିକ ଦିଆଯିବ କହିଛନ୍ତି ମୁଖ୍ୟମନ୍ତ୍ରୀ । ଧାନକ୍ରୟ ବ୍ୟସ୍ଥାକୁ ସରଳ କରାଯିବ ଓ କଟନିଛଟନିକୁ ବନ୍ଦ କରାଯାଇ ଆର୍ଦ୍ରତା ପରିମାଣକ ମେସିନ ବ୍ୟବହାର କରାଯିବ ।

୨୦୨୪-୨୫ରେ ସମୃଦ୍ଧ କୃଷକ ଯୋଜନା ପାଇଁ ୫୦୦୦ କୋଟି ଟଙ୍କା ରଖାଯାଇଛି । କୃଷକଙ୍କ ଆୟ ବୃଦ୍ଧି ପାଇଁ ପଦକ୍ଷେପ ନିଆଯାଉଛି । ପିଏମ କିଷାନ ଯୋଜନାରେ ଚାଷୀଙ୍କ ନାଁରେ ଥିବା ଜମିକୁ ଆଧାର ନ କରି ରାଜ୍ୟର ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳ ଚାଷୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ପଦକ୍ଷେପ ନିଆଯାଇଛି ।

Related posts

ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ୍ୟୁ

mahabharatanews

ଶପଥ ଗ୍ରହଣ ପରେ ପୁରୀରେ ୨୬ତମ ରାଜ୍ୟପାଳ

mahabharatanews

ସୃଷ୍ଟି ହେଉଛି ଏକ ଘୂର୍ଣ୍ଣିବଳୟ, ପ୍ରବଳ ବର୍ଷା ସମ୍ଭାବନା 

mahabharatanews