ଓଡିଶାରାଜନୀତି

କାଲି ନୀତି ଆୟୋଗ ବୈଠକ, ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ଆସନ୍ତାକାଲି ନୀତି ଆୟୋଗର ବୈଠକ । ସେଥିରେ ଯୋଗଦେବେ ମୁଖ୍ୟମନ୍ତ୍ରୀ। fତେଣୁ ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଦିଲ୍ଲୀ ଗସ୍ତ କରିପାରନ୍ତି। ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବାର ଅଛି। ଏଥିରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବେ। ଏହି ବୈଠକରେ ୨୦୪୭କୁ ଭାରତକୁ ବିକଶିତ ଦେଶ କରି ଗଢ଼ିବା ଉପରେ ଆଲୋଚନା ହେବ। ଯୋଗଦେଇଥିବା ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ବିଭିନ୍ନ ପରାମର୍ଶ ରଖିବେ। ଏହାସହ ନିଜ ରାଜ୍ୟର କଥା ମଧ୍ୟ ବୈଠକରେ ଉପସ୍ଥାପନ କରିବେ।

Related posts

ଡିଆଇଜିଙ୍କ ଦିନିକିଆ ଗସ୍ତ

mahabharatanews

ପୁରୀରେ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ

mahabharatanews

କଟକଣା ଉଲ୍ଲଂଘନ ୨ ମୋଟରସାଇକେଲ ଜବତ ସହ ୩ ଗିରଫ

mahabharatanews