ଓଡିଶାପାଣିପାଗ

ସୁଦୃଶ୍ୟ ହେଲା ଲଘୁଚାପ, ୩୦ ଯାଏଁ ବର୍ଷିବ

ଭୁବନେଶ୍ୱର: ସୁଦୃଶ୍ୟରେ  ହାେଇଛି ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର  । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଗାଙ୍ଗେୟ ପଶ୍ଚିମବଙ୍ଗ, ସଂଲଗ୍ନ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା ଦେଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ଏନେଇ ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ  ।

ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଜୁଲାଇ ୩୦ ତାରିଖ ପର୍ଯ୍ୟନ୍ତ ପାଣିପାଗ ସତର୍କ ସୂଚନା ଜାରି କରାଯାଇଛି। ଉତ୍ତର ବଙ୍ଗୋପସାଗର, ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ପାଗ ଖରାପ ରହିବ ବୋଲି ଆଇଏମଡି ସତର୍କ କରାଇଦେଇଛି। ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଏହି ଅଞ୍ଚଳରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ସତର୍କ କରାଯାଇଛି। ପ୍ରବଳ ବର୍ଷା ଓ ବନ୍ୟା ଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ଼, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାପାଳଙ୍କୁ ସେମାନଙ୍କ ପ୍ରସ୍ତୁତିର ସମୀକ୍ଷା କରି ଏହାର ପ୍ରଭାବକୁ ହ୍ରାସ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି।

Related posts

ଗୋଷ୍ଠୀ ସଂଘର୍ଷ: ଚାରିଜଣ ଗୁରୁତର

mahabharatanews

ଉଗ୍ରତରା ସରକାରୀ ଉ.ପ୍ରା ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

mahabharatanews

ଏମିତି ନେଉଥିଲେ ଲାଞ୍ଚ, ସିଧା ହାତକଡ଼ି ପିନ୍ଧାଇଲା ଭିଜିଲାନ୍ସ

mahabharatanews