ଓଡିଶା

ଶ୍ରାବଣ ମାସ ଦ୍ୱିତୀୟ ସୋମବାର, ଶୈବପୀଠରେ କାଉଡିଆଙ୍କ ଭିଡ

ଭୁବନେଶ୍ବର: ଆଜି ଶ୍ରାବଣ ମାସ ଦ୍ୱିତୀୟ ସୋମବାର, ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ପ୍ରମୁଖ ଶୈବପୀଠ। ସକାଳୁ ସକାଳୁ ବିଭିନ୍ନ ଶିବମନ୍ଦିରରେ ଲାଗିଛି କାଉଡିଆଙ୍କ ଭିଡ଼। ଧାଡ଼ିବାନ୍ଧି ଲାଇନରେ ଯାଇ ଦେବ ଦେବ ମହାଦେବଙ୍କୁ ଜଳାଭିଷେକ କରି ଆଶିଷ ଭିକ୍ଷା କରୁଛନ୍ତି ଭକ୍ତ। ରାଜଧାନୀ ଭୁବନେଶ୍ୱରର ଆରାଧ୍ୟ ଲିଙ୍ଗରାଜ, ପୁରୀର ମହାପ୍ରଭୁ ଲୋକନାଥ, ଢେଙ୍କାନାଳର କପିଳାସ, ଭଦ୍ରକ ଆରଡ଼ିର ଆଖଣ୍ଡଳମଣୀ ଭଳି ପ୍ରମୁଖ ଶୈବପୀଠରେ ବଡ଼ି ଭୋରରୁ କାଉଡ଼ିଆ ମାନଙ୍କ ଭିଡ଼ ଦେଖିବାକୁ ମିଳିଛି। ଅନେକ ଶ୍ରଦ୍ଧାଳୁ ମାଇଲ ମାଇଲ ବାଟ ଚାଲି ପାଣି ଭାର ଉଠାଇ ଶିବଙ୍କୁ ଜଳ ଲାଗି କରିବାକୁ ପହଞ୍ଚିଛନ୍ତି । ଶ୍ରାବଣ ମାସରେ ଦେବ ଦେବ ମହାଦେବଙ୍କୁ ଜଳ ଲାଗି ଗଲେ କୋଟି ମାନସିକ ପୂରଣ ହୁଏ ବୋଲି ପୌରାଣିକ ବିଶ୍ୱାସ ରହିଛି ।

Related posts

କ୍ରିଷ୍ଟିଆନ ମାଇକେଲଙ୍କୁ ଭେଟିବାକୁ ଓକିଲଙ୍କୁ ମିଳିଲାନି ଅନୁମତି

mahabharatanews

ବାଇକକୁ ପିଟିଲା ଟ୍ରକ, ବାଇକ ଆରୋହୀ ମୃତ

mahabharatanews

ଆଜିଠୁ ଜଗମୋହନ ଓ ନାଟମଣ୍ତପ ମରାମତି କାର୍ଯ୍ୟ ଆରମ୍ଭ

mahabharatanews