ଓଡିଶା

ଆସନ୍ତାକାଲି ଠାରୁ ବଢ଼ିବ ବର୍ଷା, ଏହି ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର:  ଆସନ୍ତାକାଲି ଠାରୁ ରାଜ୍ୟରେ ବଡ଼ ବର୍ଷା ସମ୍ଭାବନା । ସକ୍ରିୟ ମୌସୁମୀ ପ୍ରଭାବରେ ବର୍ଷାର ପରିମାଣ ବଢିବ । ପ୍ରବଳ ବର୍ଷା ନେଇ ଆସନ୍ତା କାଲି ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଗଂଜାମ, ଗଜପତି, ରାୟଗଡ଼ା, କନ୍ଧମାଳ ଓ ନୟାଗଡ଼ ଜିଲ୍ଲାକୁ ୟେୱୋ ୱାର୍ଣ୍ଣିଂ ଜାରି ହୋଇଛି ।

୭ ତାରିଖରେ କଟକ, ବୌଦ୍ଧ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ଉତ୍ତର ଓ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ୮ ତାରିଖରେ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ପ୍ରଭାବ ରହିବ। ଏଥିସହ ଜିଲ୍ଲା ପ୍ରଶାସନକୁ ସଜାଗ ରଖିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି।

ସେପଟେ ଗତକାଲି ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍ ଖୋଲାଯାଇଛି । ଏବେ ମୋଟ୍ ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ତଥାପି ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କୌଣସି ବନ୍ୟା ପରିସ୍ଥିତି କିମ୍ବା ଉଦବେଗଜନକ ସ୍ଥିତି ଉପୁଜି ନାହିଁ। ନଦୀ ଗୁଡ଼ିକ ବିପଦ ସଂକେତ ତଳେ ପ୍ରବାହିତ ହେଉଥିବା ସୂଚନା ଦେଇଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତି।

Related posts

୧୬ନମ୍ବର ଜାତୀୟ ରାଜପଥ ସାରେଇ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା

mahabharatanews

କୁମ୍ଭାର ଉନ୍ନୟନ ପରିଷଦରର ନୂତନ ଜିଲ୍ଲା ସଂପାଦକ ହେଲେ ଭୁବନେଶ୍ୱର ବେହେରା

mahabharatanews

ବଢୁଛି ତାତି; ରାଜ୍ୟବାସୀଙ୍କ ପାଇଁ ଏସ୍‌ଓପି ଜାରି

mahabharatanews