ଓଡିଶା

ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ ଚଳିତ ବର୍ଷର ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ

ଭୁବନେଶ୍ୱର: ଏବର୍ଷ ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବ । ଆଜି ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ସହିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ବର୍ଷ ପରେଡରେ ସ୍କୁଲ-କଲେଜ ଓ ପୋଲିସ ବାହିନୀର କଣ୍ଟିଜେଣ୍ଟକୁ ମିଶାଇ ପ୍ରାୟ ୪୦ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିବେ । ସକାଳ ୯ଟାରେ ମୁଖ୍ୟମନ୍ତ୍ରୀ ପତାକା ଉତ୍ତୋଳନ କରି ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବେ। ଏହାପରେ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବେ।

Related posts

ଟ୍ରାନ୍ସଫର୍ମର ପୋଡିଯିବାରୁ ୨୦ ପରିବାର ଅନ୍ଧାରରେ

mahabharatanews

ମାଓପ୍ରବଣ ସୁକମା ଜିଲ୍ଲାର ଏସ୍ପି ହେଲେ ୪ ବର୍ଷ ଶିଶୁକନ୍ୟା

mahabharatanews

କାଳିମାଡ଼ ଘଟଣା; ଭାସ୍କର ସାହୁଙ୍କୁ ଛାଡିଲା ପୋଲିସ

mahabharatanews