ଓଡିଶାରାଜନୀତି

୯ ରୁ ୧୯ ପର୍ଯ୍ୟନ୍ତ ବିଜେପି ପାଳିବ ବିଭିନ୍ନ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ୯ ତାରିଖରେ ରାଜ୍ୟରେ କ୍ରାନ୍ତି ଦିବସ ପାଳନ କରାଯିବ । ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ନିର୍ଦ୍ଦେଶକ୍ରମେ ଦେଶ ପାଇଁ ଯେଉଁମାନେ ପ୍ରାଣବଳୀ ଦେଇଛନ୍ତି ଓ ଜେଲ କାରାବରଣ ଭୋଗିଛନ୍ତି, ସେମାନଙ୍କୁ ସ୍ମରଣ କରିବା ପାଇଁ ଏହି ଦିବସ ପାଳନ କରାଯିବ । ଏହି ଅବସରରେ ପ୍ରତ୍ୟେକ ଜିଲ୍ଲାରେ ସ୍ଥାନୀୟ ଶହୀଦମାନଙ୍କୁ ସ୍ମରଣ କରାଯାଇ ସାଇକଲ ଯାତ୍ରା, ପଦଯାତ୍ରା, ବାଇକ ରାଲିମାନ ଅନୁଷ୍ଠିତ ହେବ । ଏନେଇ ଆଜି ସୂଚନା ଦେଇଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ ।

ସେ ଆହୁରି କହିଛନ୍ତି ଯେ, ଗତ କିଛିବର୍ଷ ଧରି ପାର୍ଟିର କାର୍ଯ୍ୟକର୍ତାମାନେ ସମସ୍ତ ଦେଶବାସୀଙ୍କ ସହ ମିଶି ସାରା ଦେଶରେ ହର୍ଷୋଲ୍ଲାସ ସହିତ ଦେଶର ଏକତା ତଥା ଅଖଣ୍ଡତା ଉଦ୍ଦେଶ୍ୟରେ ‘ହର ଘର ତ୍ରିରଙ୍ଗା’, ‘ତ୍ରିରଙ୍ଗା ଯାତ୍ରା’ ଆଦି ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ପାଳନ କରି ଆସୁଛନ୍ତି । ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ନିର୍ଦ୍ଦେଶକ୍ରମେ ଦେଶ ପାଇଁ ଯେଉଁମାନେ ପ୍ରାଣବଳୀ ଦେଇଛନ୍ତି ଓ ଜେଲ କାରାବରଣ ଭୋଗିଛନ୍ତି, ସେମାନଙ୍କୁ ସ୍ମରଣ କରିବା ପାଇଁ ଆସନ୍ତା ଅଗଷ୍ଟ ୯ ତାରିଖରେ କ୍ରାନ୍ତି ଦିବସ ପାଳନ କରାଯିବ ।

ସେହିପରି, ଅଗଷ୍ଟ ୧୧ ରୁ ୧୪ ତାରିଖ ପର୍ଯ୍ୟନ୍ତ ତ୍ରିରଙ୍ଗା ଯାତ୍ରା; ୧୧ ରୁ ୧୪ ପର୍ଯ୍ୟନ୍ତ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଓ ଚାରି ପାଖରେ ସ୍ୱଚ୍ଛତା ଅଭିଯାନ; ୧୩ ରୁ ୧୫ ଅଗଷ୍ଟ ପର୍ଯ୍ୟନ୍ତ ପ୍ରତ୍ୟେକ ଘର ଓ ଅନୁଷ୍ଟାନରେ ‘ହର ଘର ତ୍ରିରଙ୍ଗା’ ଉତୋଳନ କରାଯିବା ସହିତ ମହାପୁରୁଷ ଏବଂ ବରପୁତ୍ରମାନଙ୍କ ପ୍ରତିମୂର୍ତି ଓ ସ୍ମାରକୀ ଉପରେ ପୁଷ୍ପାଞ୍ଜଳୀ ଅର୍ପଣ କରାଯିବ ବୋଲି ରାଜ୍ୟ ସଭାପତି ମନମୋହନ ସାମଲ ଆଜି ଏହି ସୂଚନା ଦେଇଛନ୍ତି ।

Related posts

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବନ୍ଧା ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ

mahabharatanews

ବନ୍ଦେ ମାତରମର ୧୫୦ ତମ ବାର୍ଷିକ ଅବସରରେ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ

mahabharatanews

ଲକଡାଉନରେ ମଦ ଦୋକାନ ବନ୍ଦ, ହୋମ ଡେଲିଭରି ଚାଲୁ ରହିବ

mahabharatanews