ଓଡିଶା

ନେତୃତ୍ୱଙ୍କ ଉପରେ କମୁଛି ଭରସା, ବିଜେପି ମୁହାଁ ବିଜେଡି ନେତା ଓ କର୍ମୀ

କେନ୍ଦୁଝର : ଭଗବାନ ଭରସାରେ କେନ୍ଦୁଝର ବିଜେଡି ସଂଗଠନ । ଶୀର୍ଷ ନେତୃତ୍ୱଙ୍କ ଉପରୁ ନେତା ଓ କର୍ମୀଙ୍କର ବିଶ୍ୱାସ ଉଠିବାରେ ଲାଗିଛି । ଫଳରେ ବିଜେପି ମୁହାଁ ହେଲେଣି ନେତା ଓ କର୍ମୀ । ଭୁବନେଶ୍ୱର ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ମୋହନ ମାଝୀଙ୍କୁ ଭେଟିଛନ୍ତି କେନ୍ଦୁଝର ସଦରର ୧୮ ଜଣ ସମିତିସଭ୍ୟ। ମୁଖ୍ୟମନ୍ତ୍ରୀଙ୍କ ଭେଟଘାଟ ପରେ କେନ୍ଦୁଝର ଜିଲ୍ଲା ବିଜେଡିରେ ଆରମ୍ଭ ହୋଇଛି କମ୍ପନ।

ଚର୍ଚ୍ଚା ହେଉଛି ସଦର ବ୍ଲକ ଅଧ୍ୟକ୍ଷ ଆସନ ବିଜେଡି ପାଖରେ ଥିବାରୁ ଖୁବ୍ ଶୀଘ୍ର ଆସିପାରେ ଅନାସ୍ଥା। ଆହୁରି ସାଂଘାତିକ କଥା ହେଲା, ଖାଲି କେନ୍ଦୁଝର ସଦର ନୁହେଁ, ବିଜେପିରେ ସାମିଲ ହୋଇଛନ୍ତି ବାଂଶପାଳ ବ୍ଲକର ୧୪ ଜଣ ବିଜେଡି ସମର୍ଥିତ ସମିତି ସଭ୍ୟ ଆଉ ୧୪ ଜଣ ସରପଞ୍ଚ। ତେଲକୋଇ ବିଧାୟକ ଫକୀର ମୋହନ ନାୟକଙ୍କ ସହ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସେମାନଙ୍କର ସମର୍ଥନ ଜଣେଇଛନ୍ତି।

ଉଭୟ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ କେନ୍ଦୁଝର ସଦର ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀର କିଛି ଅଞ୍ଚଳ ବାଂଶପାଳ ବ୍ଲକରେ ରହିଛି। ତେଣୁ ଖୁବ୍ଶୀଘ୍ର ବାଂଶପାଳରେ ବି ସମାନ ସ୍ଥିତି ଉପୁଜି ପାରେ । କାହିଁକିନା ୨୧ରୁ ୧୮ ଆସନରେ ବିଜେଡି ସମର୍ଥିତ ପ୍ରାର୍ଥୀ ଜିତି ବାଂଶପାଳ ବ୍ଲକ ଅଧ୍ୟକ୍ଷ ପଦକୁ ନିଜ ପାଖରେ ରଖିଥିଲା ଦଳ। ହେଲେ ଏବେ ୧୭ ଜଣ ଶାସକ ଦଳ ବିଜେପିରେ ।

Related posts

ଆରମ୍ଭ ହେଲା ରାଜଧାନୀରେ ଆଦିବାସୀ ମେଳା

mahabharatanews

ଚଳିତବର୍ଷ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଥମ ସମନ୍ୱୟ ବୈଠକ ଶେଷ

mahabharatanews

ଓଡ଼ିଆ ପକ୍ଷ ପାଳନ ଅବସରରେ ରକ୍ତଦାନ ଶିବିର ଅନୁଷ୍ଠିତ

mahabharatanews