ଓଡିଶା

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଡିଲରଙ୍କୁ ଆଳୁ ପ୍ରଦାନ

ଭୁବନେଶ୍ୱର : ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଆଜି ବିଭିନ୍ନ ଡିଲରମାନଙ୍କୁ ଆଳୁ ପ୍ରଦାନ କରାଯାଇଛି । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଭୁବନେଶ୍ୱରର ବିଭିନ୍ନ ଡିଲରମାନଙ୍କୁ ଆଳୁ ପ୍ରଦାନ କରାଯାଇଛି । ସେମାନେ ସରକାରୀ ଖୁଚୁରା ବିକ୍ରୟ କେନ୍ଦ୍ର ମାଧ୍ୟମରେ ସର୍ବସାଧାରଣ ମାନଙ୍କୁ ସୁଲଭ ମୂଲ୍ୟରେ ଆଳୁ ବିକ୍ରି କରିବେ ।

ସୂଚନା ଯୋଗ୍ୟ, ରାଜ୍ୟରେ ଆଳୁ ସଙ୍କଟ ଦୂର କରିବା ପାଇଁ ସରକାର ବିଧିବଦ୍ଧ ଭାବେ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏଣିକି ରାଜ୍ୟ ସରକାର ନାଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟି ମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେବେ। ଏହାଦ୍ୱାରା ଖାଉଟିମାନଙ୍କୁ ସୁଲଭ ଦରରେ ଆଳୁ ଉପଲବ୍ଧ କରାଇବା ସହ ରାଜ୍ୟରେ ଆଳୁ ସଙ୍କଟ ଦୂର ହୋଇପାରିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି।

Related posts

ଆସନ୍ତା ୩ ଦିନ କିଛି ସ୍ଥାନରେ ବର୍ଷା ସମ୍ଭାବନା 

mahabharatanews

ବରୀରେ ଅଭାବନୀୟ ଘଟଣା ଆମ୍ବୁଲାନ୍ସ ବଦଳେ ଟଲିରେ ବୁହାହେଲେ ପ୍ରସୂତି

mahabharatanews

ଏସସିବିରେ ବଢିଲା ବେଡ୍ ସଂଖ୍ୟା

mahabharatanews