ଭୁବନେଶ୍ବର: ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜିଠୁ ୩ ଦିନିଆ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଥିବା ସରକାରୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏଥିସହ ଏନଏଚ୍ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶାର ଜାତୀୟ ରାଜପଥ ନେଇ ଆଲୋଚନାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ଅବସରରେ ବହୁ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ୱଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭେଟିବାର କାର୍ଯ୍ୟକ୍ରମ ଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ଜୁଲାଇ ୨୬ ତାରିଖରେ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିଲେ ମୁଖ୍ୟମନ୍ତ୍ରୀ।ଏହାସହ ରାଜ୍ୟର ବିଭିନ୍ନ ପ୍ରସଙ୍ଗକୁ ନେଇ ମଧ୍ୟ କେନ୍ଦ୍ରମନ୍ତ୍ରୀ ମାନଙ୍କୁ ଭେଟିଥିଲେ ସିଏମ୍।
