ଓଡିଶା

ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:  ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜିଠୁ ୩ ଦିନିଆ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଥିବା ସରକାରୀ କାର୍ଯ୍ୟକ୍ରମରେ  ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏଥିସହ ଏନଏଚ୍ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶାର ଜାତୀୟ ରାଜପଥ ନେଇ ଆଲୋଚନାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ଅବସରରେ ବହୁ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ୱଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭେଟିବାର କାର୍ଯ୍ୟକ୍ରମ ଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ, ଜୁଲାଇ ୨୬ ତାରିଖରେ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିଲେ ମୁଖ୍ୟମନ୍ତ୍ରୀ।ଏହାସହ ରାଜ୍ୟର ବିଭିନ୍ନ ପ୍ରସଙ୍ଗକୁ ନେଇ ମଧ୍ୟ କେନ୍ଦ୍ରମନ୍ତ୍ରୀ ମାନଙ୍କୁ ଭେଟିଥିଲେ ସିଏମ୍।

Related posts

ଖୁବଶୀଘ୍ର ଓଡ଼ିଶା ଆସିବେ ଜେ.ପି. ନଡ୍ଡା, ଏମ୍ସରେ କରିବେ ସ୍ୱାସ୍ଥ୍ୟସେବା ସମୀକ୍ଷା

mahabharatanews

ପାଟନାରୁ ପୁଲିସର ଥାର୍ଡ ଡିଗ୍ରୀ ଅଭିଯୋଗ

mahabharatanews

ଅଜଣା ଜନ୍ତୁ ଆକ୍ରମଣ ଭୟରେ ଯାଜପୁର

mahabharatanews