ଓଡିଶା

ଭତ୍ତାଧାରୀ ବୟସ୍କଙ୍କ ସହ ବିଜେପିର ପ୍ରତାରଣା: ନବୀନ ପଟ୍ଟନାୟକ

ଭୁବନେଶ୍ୱର: ବୟସ୍କଙ୍କ ଭତ୍ତା ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ  । ଏକ୍ସରେ ଏକ ପୋଷ୍ଟ ସେୟାର କରି ବିଜେପିକୁ ଟାର୍ଗେଟ କରିଛନ୍ତି ନବୀନ ।  ଲେଖିଛନ୍ତି  ବିଜେପି ତାର ନିର୍ବାଚନୀ ଘୋଷଣାପତ୍ରରେ ଭତ୍ତାଧାରୀଙ୍କୁ ୩,୦୦୦- ୩,୫୦୦ ଟଙ୍କା ଭତ୍ତା ପ୍ରଦାନ ପାଇଁ ପ୍ରତିଶ୍ରୁତି ଦେଇଥିଲା। ଏଥିରେ ବୟସ୍କ, ଭିନ୍ନକ୍ଷମ, ବିଧବା ତଥା ନିରାଶ୍ରୟମାନେ ସାମିଲ ଥିଲେ। ହେଲେ ବଜେଟରେ କୁହାଯାଉଛି ଯେ କେବଳ ୮୦ ବର୍ଷ ବୟସରୁ ଅଧିକ ବୟସ୍କ ଏବଂ ୮୦% ଅକ୍ଷମତା ଥିବା ଭିନ୍ନକ୍ଷମ ଏହି ବର୍ଦ୍ଧିତ ଭତ୍ତା ପାଇବେ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ୪୫,୦୦୦ କୋଟି ଟଙ୍କାର ଋଣ ନେଇ ମଧ୍ୟ ଘୋଷଣା ପାଳନ କରାଯାଉ ନାହିଁ । ଏଥିରୁ ପୁରା ସ୍ପଷ୍ଟ ହେଉଛି, ବିଜେପିର ପ୍ରତିଶ୍ରୁତି ପାଣିର ଗାର ପାଲଟିଛି। ଭତ୍ତାଧାରୀ ବୟସ୍କ ତଥା ସମସ୍ତ ଓଡ଼ିଶାବାସୀଙ୍କ ସହ ପ୍ରତାରଣା ହୋଇଛି। ଏପରି ପ୍ରତାରଣା ଲୋକଙ୍କ ଭିତରେ ଜନ ଅସନ୍ତୋଷ ବଢ଼ାଇଛି ବୋଲି କହିଛନ୍ତି ନବୀନ । ତେବେ ଏନେଇ ଆସନ୍ତା ୧୬ ଅଗଷ୍ଟରୁ ବିଜେଡି ଜନଜାଗରଣ ଅଭିଯାନ ଆରମ୍ଭ କରିବାକୁ ଯାଉଛି। ପ୍ରତି ପଞ୍ଚାୟତରେ ଏନେଇ ସଚେତନତା କାର୍ଯ୍ୟକ୍ରମ କରାଯିବ। ବୟୋଜ୍ୟେଷ୍ଠଙ୍କ ଅଧିକାର ପାଇଁ ବିଜେଡି ଆଗକୁ ବାହାରିବ। ପ୍ରତିଟି କର୍ମୀ ତଥା ସଚେତନ ନାଗରିକ ଏଥିରେ ସାମିଲ ହୋଇ ଲୋକଙ୍କୁ ବିଜେପିର ପ୍ରତାରଣା ବିଷୟରେ ଜାଗ୍ରତ କରିବେ ବୋଲି କହିଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ।

ଏହା ସହିତ ନବୀନ କହିଛନ୍ତି ମୁଁ ଆଶା କରୁଛି, ବିଜେପି ଓଡ଼ିଶାର ଲୋକଙ୍କୁ ଭୁଆଁ ନ ବୁଲେଇ, ପ୍ରଦାନ କରିଥିବା ପ୍ରତିଶ୍ରୁତି ପାଳନ କରିବ। ବିଜେପି ନିଜ ପ୍ରତିଶ୍ରୁତି ପୂରଣ ନ କରିବା ପର୍ଯ୍ୟନ୍ତ ଓଡ଼ିଶାବାସୀଙ୍କ ନିକଟରେ ଏହାକୁ ପହଞ୍ଚାଇବା ପାଇଁ ବିଜେଡି ସର୍ବଦା ନିଜର ଅଭିଯାନ ଜାରି ରଖିବ।

Related posts

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ନୌସେନା ମୁଖ୍ୟ ଆଡମିରାଲ୍ ଦିନେଶ ତ୍ରିପାଠୀ ଭେଟି ଆଲୋଚନା କରିଛନ୍ତି

mahabharatanews

ବ୍ୟକ୍ତିଗତ ସହାୟକଙ୍କ ମୃତ୍ୟୁ ମାମଲାରେ ମାଲକାନଗିରି ଜିଲ୍ଲାପାଳ ଅଡୁଆରେ

mahabharatanews

ସରିଲା ମା’ଙ୍କ ପୂଜା, ଆଜି ଭସାଣି

mahabharatanews