ଓଡିଶା

ଚାଷୀଙ୍କ ପାଇଁ ଖୁସି ଖବର; ଏହି ଦିନ ମିଳିବ ସିଏମ କିଷାନ ଟଙ୍କା

ଭୁବନେଶ୍ବର: କାଳିଆ ଯୋଜନା ଓ ସିଏମ କିଷାନ ଯୋଜନା ହିତାଧିକାରୀ ତାଲିକା ନେଇ ଦ୍ବନ୍ଦ୍ବ ମଧ୍ୟରେ ଆସିଲା ଖୁସି ଖବର । ଚାଷୀଙ୍କୁ ଟଙ୍କା ଦେବେ ମୋହନ ସରକାର । ନୂଆଁଖାଇ ଅବସରରେ ଚାଷୀଙ୍କୁ ମିଳିବ ସିଏମ କିଷାନ ଯୋଜନା ଟଙ୍କା । ଏନେଇ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।

ମଞ୍ଜୁର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଫାଇଲ ପଠାଯିବ ବୋଲି ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ଫାଇଲରେ ଦସ୍ତଖତ କରିବା ପରେ ଚାଷୀଙ୍କ ଖାତାକୁ ଯିବ ସିଏମ କିଷାନ ଟଙ୍କା । କିନ୍ତୁ କାଳିଆ ଯୋଜନାରେ ଚାଷୀଙ୍କୁ ମିଳୁଥିବା ସହାୟତା ରାଶି ମିଳିବ କି ନାହିଁ ତାକୁ ନେଇ ହିତାଧିକାରୀଙ୍କ ମଧ୍ୟରେ ଏବେ ବି ଦ୍ବନ୍ଦ୍ବ ଲାଗି ରହିଛି । ତେବେ ସେପ୍ଟେମ୍ବର ୮ରେ ପଡୁଥିବା ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ଅବସରରେ ଚାଷୀଙ୍କ ଖାତାକୁ ଟଙ୍କା ପଠାଇବାକୁ ଲକ୍ଷ୍ୟ ରଖିଛନ୍ତି ମୋହନ ସରକାର ।

Related posts

ଖାତା ମୂଲ୍ୟାୟନ: ପ୍ରଥମ ଦିନରେ ୯୪ ଶିକ୍ଷକ ଶିକ୍ଷୟିତ୍ରୀ ଖାତା ଦେଖିଲେ

mahabharatanews

ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ଵାରା ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

mahabharatanews

ଘନେଇବାରେ ଲାଗିଛି ଡେଙ୍ଗୁ ; ୨୪ଘଣ୍ଟାରେ ଖୋର୍ଦ୍ଧାରୁ ୧୭ ଆକ୍ରାନ୍ତ  ଚିହ୍ନଟ 

mahabharatanews