ଓଡିଶାରାଜନୀତି

କେହି ଦଖଲ କରି ପାରିବେ ନାହିଁ ଆଦିବାସୀ ଜମି : ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ଭୂସଂସ୍କାର ଆଇନ 1960 ଅନୁସାରେ ଯଦି କେହି ଆଦିବାସୀ ଜମି କିଣନ୍ତି, ତାକୁ ବେଆଇନ ଘୋଷଣା କରି ଉଛେଦ ପ୍ରକ୍ରିୟା ଜରିଆରେ ସମ୍ପୃକ୍ତ ଆଦିବାସୀ ଲୋକଙ୍କୁ ଜମି ଫେରସ୍ତ ନିୟମ ରହିଛି | ଏହିଭଳି 654 ମାମଲା ବିଚାରାଧୀନ ଅଛି, କେହି ଅଣ ଆଦିବାସୀ ଯଦି ଆଦିବାସୀ ଜମି କିଣନ୍ତି, ତାକୁ ବିଚାର କରିବା କ୍ଷମତା ଜିଲ୍ଲାପାଳଙ୍କୁ ଦିଆଯାଇଛି, ଏହିଭଳି 881 ମାମଲା ବିଚାରାଧୀନ ଅଛି | ଯଦି ଚଞ୍ଚକତା କରି ଯଦି ଆଦିବାସୀ ଜମି ନିଆଯାଇଥାଏ, ତାହାର ଆବଶ୍ୟକତାକୁ ବିଚାର କରିବା କ୍ଷମତା ଉପ ଜିଲ୍ଲପାଳଙ୍କୁ ଦିଆଯାଇଛି | ଯଦି ବିଚାର ନ ହୁଏ, ଉପ ଜିଲ୍ଲପାଳ ଏହାକୁ ଅସିଦ୍ଧ ଘୋଷଣା କରି ପାରବେ | ଏହିଭଳି 12279 ମାମଲା ବିଚାରାଧୀନ ଥିବା ଗୃହକୁ ରାଜସ୍ୱ ଓ ବିପର୍ଯ୍ୟାୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୃହରେ ଉତ୍ତର ରଖିଛନ୍ତି| ଡ଼ିସେମ୍ବର 30 ସୁଦ୍ଧା ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ, ପ୍ରାଥମିକ ସ୍କୁଲରୁ ବିଶ୍ଵବିଦ୍ୟାଳୟ ଯାଏଁ ସମସ୍ତଙ୍କୁ ନିଜସ୍ୱ ଜମି ପଟା ଦିଆଯିବ|

Related posts

ବିଜେପି ରାଜ୍ୟ କୃଷକ ମୋର୍ଚ୍ଚା ପକ୍ଷରୁ ଚାଷୀ ସମାବେଶ ଅନୁଷ୍ଠିତ

mahabharatanews

ଏପ୍ରିଲ-ଜୁନ ମାସ ଫି ସ୍ଥଗିତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ଘରୋଇ ଶିକ୍ଷାନୁଷ୍ଠାନକୁ ଅପିଲ

mahabharatanews

ଛଅଟି ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତି ପ୍ରସ୍ତର ସ୍ଥାପନ

mahabharatanews