ଓଡିଶାରାଜନୀତି

ଓଡ଼ିଶାର ଦୁଇଟି ଜିଲ୍ଲାରେ ମିଳିଛି ସୁନା ଖଣିର ସନ୍ଧାନ: ଖଣି ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ଦୁଇଟି ଜିଲ୍ଲାରେ ମିଳିଛି ସୁନା ଖଣିର ସନ୍ଧାନ । ଦେବଗଡ଼ ଜିଲ୍ଲାର ଆଡ଼ାସ-ରମାପଲ୍ଲୀ ଏବଂ କେନ୍ଦୁଝର ଜିଲ୍ଲାର ଗୋପୁର-ଗଜିପୁର ଅଞ୍ଚଳରେ ସୁନା ଖଣିର ସନ୍ଧାନ ମିଳିଥିବା ବିଧାନସଭାରେ ଉତ୍ତର ରଖିଲେ ଖଣି ମନ୍ତ୍ରୀ । ଦେବଗଡ ଜିଲ୍ଲାର ଆଡାସ ରାମପଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା (GSI) ଦ୍ବାରା ଜି-୨ ସ୍ତରରେ ଅନୁସନ୍ଧାନ କାର୍ଯ୍ୟ ସରିଛି ।  କେଉଁଝର ଜିଲ୍ଲାର ଗୋପୁର– ଗଜିପୁର ଅଞ୍ଚଳରେ ଜି-୩ ସ୍ତରର ଅନୁସନ୍ଧାନରେ ସନ୍ତୋଷଜନକ ଫଳାଫଳ ବାହାରିବା ଯୋଗୁଁ ସେ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା (GSI) ଓ ରାଜ୍ୟ ଖଣି ଓ ଭୂତତ୍ତ୍ଵ ନିର୍ଦ୍ଦେଶାଳୟ ର ସହଭାଗିତାରେ ଜି-୨ ସ୍ତରରେ ଅନୁସନ୍ଧାନ କାର୍ଯ୍ୟ ଚାଲୁ ରହିଛି।

ଅନୁସନ୍ଧାନକାରୀ ସଂସ୍ଥାମାନେ ଚୁଡାନ୍ତ ରିପୋର୍ଟ ପ୍ରଦାନ କଲା ପରେ ବୈଷୟିକ କମିଟିର ସୁପାରିସ କ୍ରମେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ବିଧାନସଭା ରେ ଲିଖିତ ଉତ୍ତର ରଖିଲେ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା

Related posts

ମନ୍ଦିିରରୁ ଚୋରି, ଘଟଣାସ୍ତଳରେ ପୋଲିସର ତଦନ୍ତ

mahabharatanews

ବର୍ଷାରେ ଭୁଶୁଡିଲା ଘରର କାନ୍ଥ : ୫ ଜଣଙ୍କ ମୃତ୍ୟୁ , ୪ ଗୁରୁତର

mahabharatanews

ସୁକିନ୍ଦା ପ୍ରେସ କ୍ଲବ ୨୬ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

mahabharatanews