ଆସନ୍ତା ଡ଼ିସେମ୍ବର ମାସ ୨୪ତାରିଖରୁ ଆରମ୍ଭ ହେବ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ତେବେ ଏଥର ମହୋତ୍ସବରେ ଅଭିନୟ ପାଇଁ କଂସ ସମେତ ଅନ୍ୟ ପ୍ରମୁଖ ଚରିତ୍ର ପାଇଁ କଳାକାର ଚୟନ କରାଯିବ। ଏଥିପାଇଁ ଅନେକ ଆଶାୟୀ ଆବେଦନ କରିଥିବାବେଳେ ଆସନ୍ତା ୧୫ତାରିଖରୁ ବିଭିନ୍ନ ଚରିତ୍ର ପାଇଁ କଳାକାର ଚୟନ କରାଯିବ। ଦୀର୍ଘ ୩ଦିନ ଧରି ଆସନ୍ତା ୧୭ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ପରିସରରେ ଚୟନ ପ୍ରକ୍ରିୟା ଅନୁଷ୍ଠିତ ହେବ । ଆବେଦନକର୍ତ୍ତା ନିଜ ଭୂମିକା ପାଇଁ ଉଦ୍ଦିଷ୍ଟ ତାରିଖରେ ପୂର୍ବାହ୍ନ ୯ଟା ୩୦ ମିନିଟ ସୁଦ୍ଧା ବିଜୁ ପଟ୍ଟନାୟକ ଟାଉନ ହଲରେ ପହଞ୍ଚିବା ପାଇଁ ଜଣାଇ ଦିଆଯାଇଥିବା କଥା କହିଛନ୍ତି ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶ୍ଵର ଶତପଥୀ ।

