ଓଡିଶା

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ତ୍ରୁଟି । ପ୍ରଶାସନର ଗୁରୁତର ତ୍ରୁଟି ଦେଖିବାକୁ ମିଳିଛି । ଇଂରାଜୀ ନୂଆବର୍ଷ ଉପଲକ୍ଷେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ କ୍ୟାଲେଣ୍ଡରରେ ସାଂଘାତିକ ତ୍ରୁଟି ଦେଖିବାକୁ ମିଳିଛି । କ୍ୟାଲେଣ୍ଡରରେ ମହାପ୍ରଭୁଙ୍କର ଯେଉଁ ଚିତ୍ର ସ୍ଥାନିତ କରାଯାଇଛି ।  ସେଥିରେ ଗୁରୁତର ତ୍ରୁଟି ଥିବା ପରିଲକ୍ଷିତ କରାଯାଉଛି । ଇଂରାଜୀ ନୂଆବର୍ଷ କ୍ୟାଲେଣ୍ଡରରେ ରତ୍ନବେଦୀର ଫଟୋ ରହିଛି । ରତ୍ନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ପରିବର୍ତ୍ତେ ଶ୍ରୀଜଗନ୍ନାଥ, ସୁଭଦ୍ରା ଓ ବଡ଼ଭାଇ ବଳଭଦ୍ରଙ୍କ ଫଟୋ ରହିଛି । ତାହାକୁ ବି ଠିକ୍ କ୍ରମିକ ଭାବେ ରଖା ଯାଇନାହିଁ । ବଡ଼ଭାଇ ବଳଭଦ୍ରଙ୍କ ଫଟୋ ସ୍ଥାନରେ ଶ୍ରୀଜଗନ୍ନାଥଙ୍କ ଫଟୋ ରହିଛି । ସେହିଭଳି ମହାପ୍ରଭୁ ଜଗନ୍ନାଥଙ୍କ ସ୍ଥାନରେ ରହିଛି ବଳଭଦ୍ରଙ୍କ ଫଟୋ ।

ସେହିପରି ରଥଯାତ୍ରାର ଏକ ଫଟୋ ମଧ୍ୟ କ୍ୟାଲେଣ୍ଡରରେ ରହିଥିବା ବେଳେ ପ୍ରଥମେ ସୁଭଦ୍ରାଙ୍କ ରଥ, ପରେ ଜଗନ୍ନାଥଙ୍କ ରଥ ଏବଂ ଶେଷରେ ଶ୍ରୀବଳଭଦ୍ରଙ୍କ ରଥ ଟଣା ଯାଉଥିବାର ସମ୍ପର୍କିତ ଚିତ୍ରର ଏକ ଫଟୋ ମଧ୍ୟ କ୍ୟାଲେଣ୍ଡରରେ ସ୍ଥାନ ପାଇଛି । କ୍ୟାଲେଣ୍ଡରରେ ସୁଦର୍ଶନଙ୍କ ଫଟୋ ନାହିଁ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଏଭଳି ତ୍ରୁଟିପୂର୍ଣ୍ଣ କ୍ୟାଲେଣ୍ଡରକୁ ନେଇ ଜନ ଅସନ୍ତୋଷ ଦେଖା ଦେଇଛି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ୨୦୨୬ କ୍ୟାଲେଣ୍ଡରରେ ଏଭଳି ତ୍ରୁଟିକୁ ଜଗନ୍ନାଥ ପ୍ରେମୀ ଓ ଶ୍ରୀମନ୍ଦିର ସେବାୟତ ସମାଲୋଚନା କରିଛନ୍ତି । କ୍ୟାଲେଣ୍ଡର ଛପା ହେବା ପୂର୍ବରୁ କାହା ପରାମର୍ଶରେ ଶ୍ରୀମନ୍ଦିର ପ୍ରଶାସନ ଏଭଳି ତ୍ରୁଟିପୂର୍ଣ୍ଣ ଫଟୋ କ୍ୟାଲେଣ୍ଡରରେ ସ୍ଥାନ ଦେଇଛି ତାକୁ ନେଇ ସେବାୟତ ମାନେ ପ୍ରଶ୍ନ ଉଠାଇଛନ୍ତି । ପ୍ରଶାସନ ତ୍ରୁଟିପୂର୍ଣ୍ଣ କ୍ୟାଲେଣ୍ଡର ପ୍ରତ୍ୟାହାର କରିବା ସହ ସଠିକ୍ ସ୍ଥାନରେ ଫଟୋ ସ୍ଥାନିତ କରିବାକୁ ସେବାୟତ ଓ ଶ୍ରଦ୍ଧାଳୁଙ୍କ ମହଲରେ ଦାବି ହୋଇଛି । ଜଗନ୍ନାଥ ସଂସ୍କୃତିକୁ ବିକୃତ କରୁଥିବା ଅନୁଷ୍ଠାନ ଓ ବ୍ୟକ୍ତି ବିଶେଷ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଥିବାବେଳେ ଖୋଦ୍ ଶ୍ରୀମନ୍ଦିର ପ୍ରଶାସନ ଏହାକୁ ଉଲ୍ଲଘଂନ କରିବା ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି। ତୁରନ୍ତ ଏହି ତ୍ରୁଟିପୂର୍ଣ୍ଣ କ୍ୟାଲେଣ୍ଡରକୁ ଶ୍ରୀମନ୍ଦିର ପ୍ରଶାସନ ପ୍ରତ୍ୟାହାର କରିନେବାକୁ ଦାବି ଜୋର ଧରିଛି ।

Related posts

ବିଧାୟିକା ଦୌଡ଼ରେ ଆଇନଜୀବୀ ମମତାଞ୍ଜଳୀ ବେହେରା। 

mahabharatanews

ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ

mahabharatanews

ଆଜି ୨୭ ଜିଲ୍ଲାରୁ ୧୨୬୪ ନୂଆ ପଜିଟିଭ ଚିହ୍ନଟ

mahabharatanews