ଓଡିଶା

ଶ୍ରୀମନ୍ଦିରରେ ଚତୁର୍ଦ୍ଧାବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ

ମାଘମାସ ଶୁକ୍ଳପକ୍ଷ ଦଶମୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧାବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ପ୍ରାୟ  ଚାରିଘଣ୍ଟା ଜଗନ୍ନାଥ ମହାପ୍ରଭୁଙ୍କ ର ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ କୁହାଯାଇଛି।  ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ  ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ବା ଶ୍ରୀମୁଖ ଶୃଙ୍ଗାର ନୀତି ସମ୍ପର୍ଣ୍ନ କରିବେ ।  ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ  ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।  ଏହା ଏକ ଗୁପ୍ତସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ  ସଂଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ପ୍ରାୟ  ୪ ଘଣ୍ଟା ଧରି  ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ମିଳିଛି। ବନକଲାଗି ନୀତି ପରେ  ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ।

Related posts

ଭିଜିଲାନ୍ସ ଜାଲରେ ବାଲିଅନ୍ତା ଆରଆଇ ଦେବଦତ୍ତ ବିଶ୍ୱାଳ

mahabharatanews

୩୭ ଗୋଟି ପରିବାରଙ୍କୁ ଶୀତବସ୍ତ୍ର ବଣ୍ଟନ କଲା ଉତ୍କଳ ମିଡ଼ିଆ ଜର୍ଣ୍ଣାଲିଷ୍ଟ ଆସୋସିଏସନ

mahabharatanews

ପୁଣି ବଢିଲା ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଅବଧି: ୨୦୨୩ ଫେବ୍ରୁଆରୀ ଯାଏଁ ଅବଧି ବଢାଇଲେ ସରକାର

mahabharatanews