ଓଡିଶା

ମିଶନ ଶକ୍ତି ମହିଳାଙ୍କୁ ମିଳିବ ସ୍ମାର୍ଟ ଫୋନ

ମିଶନ ଶକ୍ତି ମହିଳାଙ୍କୁ ମିଳିବ ସ୍ମାର୍ଟ ଫୋନ। ନୂଆ ୟୁନିଫର୍ମ ଏବଂ ନୂଆ ଆଇ କାର୍ଡ ବି ଦିଆଯିବ। ମିଶନ ଶକ୍ତି ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ବଡ଼ ଘୋଷଣା କରିଛନ୍ତି । ଉତ୍କଳ ଦିବସରୁ ଏହା ମିଳିବ ବୋଲି ଘୋଷଣା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ମିଶନ ଶକ୍ତି ଭବନ ଠାରେ ଆୟୋଜିତ କାର୍ଯ୍ୟକ୍ରମ ସ୍ଵୟଂ ସହାୟକ ଗୋଷ୍ଠୀମାନଙ୍କୁ ସୁଧ ଫେରସ୍ତ କାର୍ଯ୍ୟକ୍ରମରେ ଯୋଗଦେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ମାର୍ଟ ଫୋନ କମ୍ୟୁନିଟି ରିସୋର୍ସ ପର୍ସନଙ୍କୁ ମିଳିବ। ପ୍ରଭାତୀ ପରିଡ଼ା କହିଛନ୍ତି, ନୂଆ ରୂପ ପାଇବ ମିଶନ ଶକ୍ତି। ନାରୀ ସଶକ୍ତିକରଣକୁ ସଶକ୍ତ କରିବାକୁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ପ୍ରୟାସ। ମିଶନ ଶକ୍ତି ମହିଳାଙ୍କୁ ଦିଆଯିବାକୁ ଥିବା ଶାଢୀରେ ରହିବ ଓଡ଼ିଆ ଅସ୍ମିତାର ଝଲକ ବୋଲି କହିଛନ୍ତି ପ୍ରଭାତୀ ପରିଡା।

ମହିଳା ସଶକ୍ତିକରଣ ଏବଂ ମାଆ ମାନଙ୍କର ଆର୍ଥିକ ଅଭିବୃଦ୍ଧିକୁ ସୃଦୃଢ କରିବା କ୍ଷେତ୍ରରେ ରାଜ୍ୟ ସରକାରଙ୍କର ବ୍ୟାଙ୍କ ଋଣ ଉପରେ ସୁଧ ଫେରସ୍ତ ବ୍ୟବସ୍ଥା ସହାୟକ ହୋଇଛି। ଏହା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର ଭିତ୍ତିକୁ ସୁଦୃଢ଼ କରିବା ସହିତ ଅଧିକ ବଜାର ସୁଯୋଗ ସୃଷ୍ଟି କରି ମହିଳା ଉଦ୍ୟୋଗୀ ମାନଙ୍କୁ ପ୍ରୋତ୍ସାହିତ କରୁଛି। ସବୁଠୁ ବଡ଼ କଥା ହେଲା ୪୬ହଜାର କମ୍ୟୁନିଟି ରିସର୍ଚ୍ଚ ପର୍ସନ (ସିଆରପି) ମହିଳାଙ୍କୁ ସ୍ମାର୍ଟଫୋନ ଯୋଗାଇ ଦିଆଯିବ। ତେବେ ଶାଢ଼ୀର ରଙ୍ଗ କଣ ରହିବ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଏହି ଫୋନ ଗୁଡ଼ିକରେ ଲୋକସ ଆପ ଇନଷ୍ଟଲ କରାଯାଇଛି। ଯାହା ଲକ୍ଷପତି ଦିଦିଙ୍କର ସବୁ ତଥ୍ୟ ଏଥିରେ ରହିବ।

Related posts

ଓଡିଶାରେ ରାହୁଲଙ୍କ ‘ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା’ 

mahabharatanews

ବସକୁ ପିଟିଲା ଟ୍ରକ, ଚାପି ହୋଇ ରହିଛି ଚାଳକ…

mahabharatanews

ଓରକେଲ ପୋଲିସ ହାତରେ ଗଞ୍ଜେଇ ମାଫିଆ

mahabharatanews