ଓଡିଶା

ଜିଲ୍ଲାପାଳଙ୍କ  ମିଳିତ  ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ  ସଂଯୁକ୍ତ ଜନ  ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ମୁନୀଦ୍ର ହୋନନାଗା, ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଅଂଶୁମାନ ମହାପାତ୍ର ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌରପରିଷଦ ସମେତ କେରାଣ୍ଡି, କତଳକଇଠା, ବାଘଶାଲା, ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ ୯୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୮୧ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା – ୧୫ ଗୋଟି ଅଭିଯୋଗ ଆସିଥିଲା ।

ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ  ନିର୍ଦ୍ଧେଶ ଦିଆଯାଇଛି। ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୧୦ଜଣଙ୍କୁ ନୂତନ ଭାବେ ମଧୁବାବୁ ପେନସନ ଯୋଜନାରେ ସାମିଲ୍ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ  ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀରେ ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗୋର ଚନ୍ଦ୍ର ପଟ୍ଟନାୟକ, ସ୍ଥାନୀୟ ତହସିଲଦାର ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

Related posts

ଶ୍ରୀନାଥଙ୍କୁ ଭେଟିବାକୁ ମେ ଫେୟାର ହୋଟେଲ ପହଞ୍ଚିଥିଲେ ଓଡ଼ିଆ ଫ୍ୟାନ୍ସ ଦୀପକ

mahabharatanews

ଭୋଗ ହେଲା କାଳ

mahabharatanews

କର୍ତ୍ତବ୍ୟ ନିଭାଇଲେ ମହିଳା ପୋଲିସ ଅଫିସର; ସ୍ୱାମୀ ହାତରେ ପିନ୍ଧାଇଲେ ହାତକଡି

mahabharatanews