ଓଡିଶା

54 ତମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ; ବିଭିନ୍ନ ବିଭାଗ ଉପରେ ଆଲୋଚନା

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ 54 ତମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇ ଯାଇଛି।ଏହି କାର୍ଯ୍ୟକ୍ରମ ଗଜପତି ଜିଲ୍ଲା ପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ ତିରୁପତି ରାଓ, ମୋହନା ବିଧାୟକ ଦାଶରଥି ଗୋମାଙ୍ଗ, ପାରଳାଖେମୁଣ୍ଡି ବିଧାୟକ ଇଂ ରୂପେଶ ପାଣିଗ୍ରାହୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଦୟାମୟ ପାଢ଼ୀ ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ ତଥା ନିର୍ବାହି ଅଧିକାରୀ ଜିଲ୍ଲା ପରିଷଦ ପୃଥ୍ୱୀରାଜ ମଣ୍ଡଳ,ଜିଲ୍ଲା ପରିଷଦ ଉପ ସଭାପତି  କୁନ୍ତଳା ମଲ୍ଲିକ ପ୍ରମୁଖ ମଞ୍ଚାସିନ ଥିଲେ ।

ଗ୍ରାମ୍ୟ ପାନୀୟ ଜଳ ଓ ପରିମଳ, ସ୍ୱାସ୍ଥ୍ୟ ବିଭାଗ,  କୃଷି ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ,ପୂର୍ତ୍ତ ବିଭାଗ, ଜଳ ସେଚନ ବିଭାଗ, ଶିକ୍ଷା ବିଭାଗ ଏହିଭଳି ବିଭିନ୍ନ ବିଭାଗ ଉପରେ  ଆଲୋଚନା ହୋଇଥିଲା।ନିଜ ନିଜ ବିଭାଗର କାର୍ଯ୍ୟବଳୀ ଉପରେ ବିଭାଗୀୟ ଅଧିକାରୀ ମାନେ ଆଲୋକପାତ କରିଥିଲେ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ସଭ୍ୟ, ସଭ୍ୟା ବିଭିନ୍ନ ବିଭାଗୀୟ ଅଧିକାରୀ ଓ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ। ଗଜପତି ରୁ ବିବେକାନନ୍ଦ ବେହେରା ।

Related posts

ଆଜି ପବିତ୍ର ଭଉଁରୀ ଯାତ୍ରା

mahabharatanews

ଟିମ୍ ଇଣ୍ଡିଆକୁ ଝଟକା, ଦକ୍ଷିଣ ଆଫ୍ରିକା ବିପକ୍ଷରେ ଆଗାମୀ ଦିନିକିଆ ସିରିଜ୍ ଖେଳିବେ ନାହିଁ ଶୁଭମନ ଗିଲ୍

mahabharatanews

ରାଜ୍ୟରେ କରୋନା ସଂକ୍ରମଣ କମିଛି ; ୧୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

mahabharatanews