ଓଡିଶା

ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ଚାକିରିରୁ ବରଖାସ୍ତ କଲେ ମୁଖ୍ୟମନ୍ତ୍ରୀ

ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ ଜାରି ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ଚାକିରିରୁ ବରଖାସ୍ତ କରିଛନ୍ତି। ଶ୍ରୀ ପିଲ୍ଲା ପୂର୍ବରୁ ଭୁବନେଶ୍ୱରରେ ଅତିରିକ୍ତ ତହସିଲଦାର ଭାବେ କାର୍ଯ୍ୟ କରୁଥିଲେ ଏବଂ ପରେ ଜଗତସିଂହପୁରରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟରେ ଯୋଗଦେଇଥିଲେ। ଭୁବନେଶ୍ୱରରେ ଅତିରିକ୍ତ ତହସିଲଦାର ଥିବାବେଳେ ତାଙ୍କର ଅନେକ ନିଷ୍ପତ୍ତିରେ ଅନିୟମିତତାର ତଥ୍ୟ ଆସିଥିଲା।

ଶ୍ରୀ ପିଲ୍ଲାଙ୍କର ଜମିଜମା ସମ୍ପର୍କିତ ଅନେକ ନିଷ୍ପତ୍ତି ସମ୍ବନ୍ଧରେ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ଦ୍ୱାରା ତଦନ୍ତ କରାଯାଇଛି ଏବଂ ଏହି ତଦନ୍ତରୁ ବିଭିନ୍ନ ଅନିୟମିତତା ସ୍ପଷ୍ଟ ଭାବେ ପ୍ରକାଶ ପାଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ସମ୍ପୃକ୍ତ ଅଧିକାରୀ ଚିତ୍ତରଞ୍ଜନ ପିଲ୍ଲାଙ୍କୁ ସରକାରୀ ସେବାରୁ ବରଖାସ୍ତ କରିଛନ୍ତି। ଦୁର୍ନୀତି ବିରୁଦ୍ଧରେ ଶୂନ୍ୟସହନଶୀଳତା ନୀତି ଅବଲମ୍ବନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇ ଆସିଛନ୍ତି। କୌଣସି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଛଡା ଯିବନାହିଁ  ବୋଲି ମୁଖ୍ୟମନ୍ତ୍ରୀ ଅନେକ ସମୟରେ କହି ଆସିଛନ୍ତି।

Related posts

ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

mahabharatanews

ପୂର୍ବତନ ବିଧାୟକଙ୍କ ପେନସନ୍ ବୃଦ୍ଧି

mahabharatanews

ଖରସ୍ରୋତା ନଦୀରୁ ଆଜି ଆଉ ଜଣଙ୍କର ମୃତଦେହ ଉଦ୍ଧାର

mahabharatanews