ଓଡିଶା

ବାଇକ୍ ଓ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ…

ରାୟଗଡ଼ା ଜିଲ୍ଲା ଗୁଣୁପୁର ନିକଟସ୍ଥ ଚୈତନ୍ୟଗୁଡ଼ା ନିକଟରେ ଆଜି ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ମନ୍ଦିରରୁ ଫେରୁଥିବା ବେଳେ ବାଇକ୍ ଓ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଚିନ୍ତାଡା ରମେଶ (୫୦)ଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିବା ଜଣାପଡିଥିବା ବେଳେ। ଅନ୍ୟପକ୍ଷରେ ଗୁଣପୁରର ପଞ୍ଚାନନ ହୋତା  ଓ ତାଙ୍କ ସ୍ତ୍ରୀ  ଗୁରୁତର ଆହତ ହୋଇଛନ୍ତି। ରମେଶଙ୍କ ସହ ଥିବା ଚିନ୍ନା ମଧ୍ୟ ଗୁରୁତର ଆହତ ହୋଇଥିବାରୁ ତାଙ୍କୁ ଶ୍ରୀକାକୁଳମ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସେହିପରି ପଞ୍ଚାନନ ହୋତା ଓ ତାଙ୍କ ସ୍ତ୍ରୀ ଗୁରୁତର ହୋଇଥିବାରୁ ତାଙ୍କୁ ଉନ୍ନତ ଚିକିତ୍ସା ପାଇଁ ତାଙ୍କୁ ଶ୍ରୀକାକୁଳମ ସ୍ଥାନାନ୍ତର କରାଯାଇଛି। ଘଟଣାକୁ ନେଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Related posts

୨୨ରୁ ମଧ୍ୟମ ଧରଣର ବର୍ଷା, ସମୁଦ୍ର ଅଶାନ୍ତ 

mahabharatanews

ରାଜ୍ୟରେ ୫ ଜିଲ୍ଲାରୁ ୮ କରୋନା ପଜିଟିଭ ; ଜଣେ ୧୮ ବର୍ଷରୁ କମ୍

mahabharatanews

“ମହାପ୍ରଭୁ ଓ ଆପଣମାନଙ୍କ ଆଶୀର୍ବାଦରୁ ନବୀନ ପଟ୍ଟନାୟକ ପୁଣି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ”:ପାଣ୍ଡିଆନ

mahabharatanews