ଓଡିଶା

ନବରଙ୍ଗପୁରର ଘରେ ଘରେ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ।

ନବରଙ୍ଗପୁର ଜିଲ୍ଲାରେ ପ୍ରଶାସନ ଆନୁକୂଲ୍ୟରେ ‘ଘରେ ଘରେ ତ୍ରିରଙ୍ଗା କାର୍ଯ୍ୟକ୍ରମ ଉତ୍ସାହ ଓ ଉଦ୍ଦୀପନା ର ସହ ଅନୁଷ୍ଠିତ ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ର ଶୁଭ ଆରମ୍ଭ କରିଛନ୍ତି। ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡଃ ସଦାଶିବ ତ୍ରିପାଠୀ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିବା ପରେ ଆନୁଷ୍ଠାନିକ ରୂପେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା ର ଶୁଭ ଆରମ୍ଭ କରିଛନ୍ତି।

 ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ତଥା ବିଧାୟକ ଗୌରୀ ଶଙ୍କର ମାଝୀ, ଜିଲ୍ଲାପାଳ ଡଃ ମହେଶ୍ୱର ସ୍ୱାଇଁ ଙ୍କ ସମେତ ଛାତ୍ରଛାତ୍ରୀ, ସ୍ୱୟଂ ସହାୟକ ଗୋଷ୍ଠୀ, ସରକାରୀ କର୍ମଚାରୀ ଓ ବିଭିନ୍ନ ସଂଗଠନର ସଦସ୍ୟମାନେ ହାତରେ ତ୍ରିରଙ୍ଗା ଧରି ବିଶାଳ ଶୋଭାଯାତ୍ରା ରେ ସାମିଲ ହୋଇଥିଲେ।ଦେଶର ଗର୍ବ ଓ ଗୌରବ ର ପ୍ରତିକ୍ରିୟା ତ୍ରିରଙ୍ଗା ହାତରେ ଧରି ଦେଶ ମାତୃକା ର ବନ୍ଦନ କରି ଜାତି ଧର୍ମ ବର୍ଣ୍ଣ ନିର୍ବିଶେଷରେ ରେ ସମସ୍ତେ ତ୍ରିରଙ୍ଗା ଶୋଭାଯାତ୍ରା ରେ ସାମିଲ ହୋଇଥିଲେ।

Related posts

ଲାଲୁ ପରିବାର ଉପରେ ସରକାରଙ୍କ କଠୋର ଆକ୍ରମଣ

mahabharatanews

ସରପଞ୍ଚଙ୍କ ଦ୍ୱାରା ୭୨ ଘଣ୍ଟିଆ ସଟଡାଉନ୍ ଘୋଷଣା

mahabharatanews

ଧଳା ଜହର କାରବାରରେ ଜଣେ ମହିଳା ଗିରଫ

mahabharatanews