ଓଡିଶା

ସେବା ସମର୍ପଣର ୨୫ ବର୍ଷ ପୂର୍ତ୍ତିକୁ ସ୍ମରଣୀୟ କରିବା ଲକ୍ଷ୍ୟରେ ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ

ମାନନୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସେବା ସମର୍ପଣର ୨୫ ବର୍ଷ ପୂର୍ତ୍ତି ଅବସରରେ ବିଜେପି ପକ୍ଷରୁ ଆରମ୍ଭ ହେବାକୁ ଯାଉଛି ସେବା ସଂକଳ୍ପ ଅଭିଯାନ । ଏହି ଅବସରରେ ଫୁଲବାଣୀ ସ୍ଥିତ ସର୍କିଟ ହାଉସଠାରେ କନ୍ଧମାଳ ଜିଲ୍ଲା ବିଜେପି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ଜିଲ୍ଲା ସଭାପତି ପଣ୍ଡିତ ବିଶି ମାଝୀଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ସମ୍ମିଳନୀରେ ଅଭିଯାନର ବିଭିନ୍ନ କାର୍ଯ୍ୟକ୍ରମ ନେଇ ସୂଚନା ଦିଆଯାଇଛି ।ସେବା ସମର୍ପଣର ୨୫ ବର୍ଷ ପୂର୍ତ୍ତିକୁ ସ୍ମରଣୀୟ କରିବା ଲକ୍ଷ୍ୟରେ ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ଆୟୋଜନ କରାଯିବ । ଏହି ଅଭିଯାନ ମାଧ୍ୟମରେ ଗାଁଠାରୁ ସହର ପର୍ଯ୍ୟନ୍ତ ପହଞ୍ଚି ଲୋକଙ୍କ ନିକଟରେ ମୋଦି ସରକାରଙ୍କ ବିଭିନ୍ନ ସେବା ଓ ଜନକଲ୍ୟାଣମୂଳକ କାର୍ଯ୍ୟ ସମ୍ପର୍କରେ ଅବଗତ କରାଯିବ ।ଆସନ୍ତା ସେପ୍ଟେମ୍ବର ୧୭ ତାରିଖରୁ ଅକ୍ଟୋବର ୧୭ ତାରିଖ ପର୍ଯ୍ୟନ୍ତ ମାସେ ବ୍ୟାପୀ ଏହି ଅଭିଯାନ ଚାଲିବ । ଏହି ସମୟ ମଧ୍ୟରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଜନସମ୍ପର୍କ, ସଚେତନତା ଓ ସେବାମୂଳକ କାର୍ଯ୍ୟକ୍ରମ ମାଧ୍ୟମରେ ଲୋକଙ୍କ ପାଖରେ ପହଞ୍ଚିବାକୁ ଦଳ ପକ୍ଷରୁ ଯୋଜନା କରାଯାଇଛି ।ଏହି ଅଭିଯାନର ଉଦ୍ଦେଶ୍ୟ ଓ ଆଗାମୀ କାର୍ଯ୍ୟକ୍ରମ ସମ୍ପର୍କରେ ଆଜି ଫୁଲବାଣୀ ସର୍କିଟ ହାଉସଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିସ୍ତୃତ ସୂଚନା ଦିଆଯାଇଥିଲା । ଜିଲ୍ଲା ବିଜେପି ସମ୍ପାଦକ ସଞ୍ଜିତ୍ ମଣ୍ଡଳ ଏବଂ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ମାନ ଗୋବିନ୍ଦ ପ୍ରଧାନଙ୍କ ସମେତ ଦଳର ଅନ୍ୟାନ୍ୟ ନେତା ଓ କର୍ମକର୍ତ୍ତା ଉପସ୍ଥିତ ଥିଲେ। ସେବା ସଂକଳ୍ପ ଅଭିଯାନ ମାଧ୍ୟମରେ ଜନସାଧାରଣଙ୍କ ସହ ସିଧାସଳଖ ଯୋଡ଼ି ହୋଇ ମୋଦିଙ୍କ ଦୀର୍ଘ ୨୫ ବର୍ଷର ସେବା ଓ ବିଭିନ୍ନ ଜନକଲ୍ୟାଣମୂଳକ ପଦକ୍ଷେପ ସମ୍ପର୍କରେ ଲୋକଙ୍କୁ ଅବଗତ କରାଯିବ ବୋଲି ବିଜେପି ପକ୍ଷରୁ କୁହାଯାଇଛି ।

Related posts

ଚଣ୍ଡୀହର ଦେବି ମା ବାଟମଙ୍ଗଳାଙ୍କ ପ୍ରଥମ ବାର୍ଷିକ ଉତ୍ସବ ପାଳନ କଲେ ୧୯୯୯ ମାଟ୍ରିକ ବ୍ୟାଚ ଛାତ୍ର,ଛାତ୍ରୀ.

mahabharatanews

ଭୁବନେଶ୍ୱର ସଂକ୍ରମିତ: ବିଏମସି, ବିଡିଏ ତଥ୍ୟରେ ରହିଛି ପାର୍ଥକ୍ୟ

mahabharatanews

ଜଣେ ସେବାୟତ କରୋନା ପଜିଟିଭ

mahabharatanews