(ଭିତରକନିକା) : ବିଶ୍ବ ପ୍ରସିଦ୍ଧ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗଣନା ଶେଷ ହୋଇଛି। ଏ ବର୍ଷ ଦେଶୀୟ ପକ୍ଷୀଙ୍କ ସଂଖ୍ୟା ଗତ ବର୍ଷଠାରୁ ବୃଦ୍ଧି ପାଇଛି। ଗତବର୍ଷ ଭିତରକନିକାରେ ୧,୧୬,୦୭୦ ଦେଶୀୟ ପକ୍ଷୀ ଭିଡ ଜମାଇଥିବା ବେଳେ ଏ ବର୍ଷ ଏହି ସଂଖ୍ୟା ୧,୨୩,୮୬୭କୁ ବୃଦ୍ଧି ପାଇଛି।
ସୂଚନାନୁଯାୟୀ, ଭିତରକନିକା ଇତିହାସରେ ପ୍ରଥମଥର ପାଇଁ ଜାତୀୟ ଉଦ୍ୟାନ ବାହାରେ ଦେଶୀୟ ପକ୍ଷୀଙ୍କ ଠିକଣା ଠାବ କରାଯିବା ସହ ତାର ଗଣନା କରାଯାଇଛି। ଏ ବର୍ଷ ଭିତରକନିକା ଜାତୀୟ ଉଦ୍ୟାନରେ ୧୦ ପ୍ରକାର ପକ୍ଷୀଙ୍କ ସମାଗମ ହୋଇଛି। ତେବେ ଜଳବାୟୁ ପରିବର୍ତ୍ତନ ଓ ବିଶ୍ବ ତାପନର ପ୍ରଭାବ ଯୋଗୁଁ ଭିତରକନିକାର ଜୈବ ବିବିଧତା ପ୍ରଭାବିତ ହୋଇଥିବାରୁ କ୍ରମାଗତ ଭାବେ ଭିତରକନିକା ଦେଶୀୟ ପକ୍ଷୀ ଠିକଣା ବଦଳାଇବାରେ ଲାଗିଛନ୍ତି।