ଓଡିଶା

ରାଇରଙ୍ଗପୁର ଠାରେ ଉପଖଣ୍ଡ ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ରାଇରଙ୍ଗପୁର/ ସତ୍ୟାନାରୟଣ ପାଲ  :  ଆଜି ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ   ଅତିରିକ୍ତ ଜିଲ୍ଲାପାଳ, ମୟୁରଭଞ୍ଜ (ସାଧାରଣ ), ଶ୍ରୀ ନେତ୍ରାନନ୍ଦ ମଲ୍ଲିକଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉକ୍ତ ଶିବିର ରେ  ଅତିରିକ୍ତ ଜିଲ୍ଲlପାଳ,  ରାଇରଙ୍ଗପୁର ଶ୍ରୀ ଦୌଲତ ଚନ୍ଦ୍ରକାର, ବାମନଘାଟି ଉପଜିଲ୍ଲାପାଳ ଶ୍ରୀ ସରୋଜ କୁମାର ଦାଶ, ରାଇରଙ୍ଗପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ଗୋକୁଳାନନ୍ଦ ସାହୁ, ଉପଖଣ୍ଡ ଚିକିତ୍ସାଧିକାରୀ ଶ୍ରୀ ରବୀନ୍ଦ୍ର କୁମାର ମାରାଣ୍ଡି  ପ୍ରମୁଖ ଯୋଗ ଦେଇଥିଲେ ।  ପ୍ରାରମ୍ଭ ରେ ଉପଜିଲ୍ଲାପାଳ ଶ୍ରୀ ଦାଶ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣ ଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ ।  ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ ୧୫୧ ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୧୦୯ ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୪୨ ଟି  ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା ।  ସମସ୍ତ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ ।   ଅନୁଷ୍ଠିତ ଉକ୍ତ ବୈଠକ ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗ ର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନଙ୍କ ଦ୍ୱାରା  ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା ବୋଲି ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ବିକାଶ ରଞ୍ଜନ ମହାନ୍ତି ଙ୍କ ଠାରୁ ପ୍ରକାଶ।

Related posts

ପାଟପୁରରେ ଶ୍ରୀ ରାଧାକାନ୍ତଜୀଉ ମହୋତ୍ସବ ଶେଷ

mahabharatanews

ପରାଦ୍ୱୀପରେ ଆରମ୍ଭ ହେଲା କୋଭିଡ ହସ୍ପିଟାଲ

mahabharatanews

ସରକାରୀ ସହାୟତା ପରେ ହିଁ ବୃକ୍ଷରୋପଣ ସମ୍ଭବ

mahabharatanews

Leave a Comment