ଓଡିଶା

ଗାଡ଼ି ଦୁର୍ଘଟଣାଗ୍ରସ୍ତ; ୯ ମହିଳା ପୁଲିସ ଆହତ

(ଭୁବନେଶ୍ୱର) : ବଡ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଗଲେ ପୋଲିସ କର୍ମଚାରୀ । ରାଜଧାନୀ ଭୁବନେଶ୍ୱରରେ ଆଜି ଏକ ପୁଲିସ୍‌ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୯ ମହିଳା ପୁଲିସ କର୍ମଚାରୀ ଆହତ ହୋଇଛନ୍ତି।

ସୂଚନାନୁଯାୟୀ , ମହିଳା ପୁଲିସ୍‌ କର୍ମଚାରୀଙ୍କୁ ଧରି ଗାଡ଼ିଟି କେନ୍ଦ୍ରାପଡ଼ାକୁ ନିର୍ବାଚନୀ ଡ୍ୟୁଟି ଅଭିମୁଖେ ଯାଉଥିଲା। କେନ୍ଦ୍ରାପଡ଼ାରେ ଆସନ୍ତା ୧ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ । ମାତ୍ର ବାଣୀବିହାର ସତସଙ୍ଗ ପାର୍କ ଆଗରେ ଗାଡ଼ିଟି ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଏଥିରେ ୯ ମହିଳା ପୁଲିସ୍‌ କର୍ମଚାରୀ ଆହତ ହୋଇଛନ୍ତି। ସ୍ଥାନୀୟ ପୁଲିସ୍‌ ପହଞ୍ଚି ଆହତ ମହିଳା ପୁଲିସ୍‌ କର୍ମଚାରୀଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ସମସ୍ତେ ବିପଦମୁକ୍ତ ଥିବା ଜଣାଯାଇଛି। ବସରେ ପାଖାପାଖି ୩୫ ଜଣ ମହିଳା କନଷ୍ଟେବଳ ଥିଲେ ।

 

Related posts

‘ଓଡ଼ିଶା ସ୍ୱାର୍ଥକୁ ନେଇ ସାଲିସ କରାଯିବନି’

mahabharatanews

ଜଷ୍ଟିସ ମହମ୍ବଦ ରଫିକ ହେବେ ଓଡିଶା ହାଇକୋର୍ଟର ପ୍ରଧାନ ବିଚାରପତି

mahabharatanews

ସୁନ୍ଦରଗଡରେ ତୃତୀୟ ଲହର ଆରମ୍ଭ

mahabharatanews