ଓଡିଶା

ବଲାଙ୍ଗିରରୁ ଭୁବନେଶ୍ୱର ଆସିବା ବାଟରେ ଓଲଟିଲା ଯାତ୍ରୀବାହୀ ବସ୍

ଭୁବନେଶ୍ୱର(ଚିନ୍ମୟୀ ସ୍ୱାଇଁ):-ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟରାଜପଥର ବାଘମାରୀ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍ । ୧୨ ଆହତ ହୋଇଥିବା ଜଣାପଡିଛି ।ବଲାଙ୍ଗିରରୁ ଭୁବନେଶ୍ୱର ଆସିବା ବାଟରେ ବସଟି ଓଲଟି ପଡିଥିଲା । ପ୍ରବଳ କୁହୁଡି କାରଣରୁ ବସଟି ବାଘମାରୀ ପେଟ୍ରୋଲ ପମ୍ପ ନିକଟରେ ଭାରସାମ୍ଯ ହରାଇ ରାସ୍ତାକଡ ବିଲ ଭିତରୁ ଓଲଟି ପଡିଥିବା ଜଣାପଡିଛି ।

ବସଟି ବଲାଙ୍ଗୀରରୁ ଭୁବନେଶ୍ବର ଅଭିମୁଖେ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୧୦ ଯାତ୍ରୀଙ୍କୁ ଆହତ ଅବସ୍ଥାରେ ଖୋର୍ଦ୍ଧା ଜିଲ୍ଲା ହସ୍ପିଟାଲକୁ ପଠାଯାଇଥିବାବେଳେ ଦୁଇଜଣ ଗୁରୁତରଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି

Related posts

ମା ମର୍କାମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏଡ଼ସ୍ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଟିତ

mahabharatanews

ପାରିବେଶୀୟ ମଞ୍ଜୁରୀ ନିମନ୍ତେ ପରିବେଶ ପ୍ରଭାବ ସମ୍ବନ୍ଧୀୟ ଜନଶୁଣାଣୀ ଶିବିର

mahabharatanews

ଆଦର୍ଶ ବିଦ୍ୟାଳୟରେ ଶିକ୍ଷକଙ୍କ ମରୁଡ଼ି, ଫାଙ୍କା ପଡ଼ିଛି ୬ ଭାଗରୁ ୫ ଭାଗ ପ୍ରିନ୍ସିପାଲ ପଦବୀ

mahabharatanews