ଓଡିଶା

ଆସନ୍ତାକାଲିଠୁ ପୁଣି ବର୍ଷା;  ୱାର୍ଣ୍ଣିଂ ଜାରି

(ଭୁବନେଶ୍ୱର) :  ଲଘୁଚାପ ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ଲାଗି ରହିବା ସହ ସ୍ଥାନେ ସ୍ଥାନେ ହାଲୁକା ବର୍ଷା ମଧ୍ୟ ହୋଇଯାଇଛି। ଆସନ୍ତାକାଲି ରାଜ୍ୟରେ ପାଗ ଶୁଖିଲା ରହିବ। ୬ ତାରିଖରୁ ୮ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସୂଚନାନୁଯାୟୀ ,୬ ତାରିଖ ଦିନ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ। ଏଥିସହ ୭ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ଖୋର୍ଧା ଓ ପୁରୀ ଜିଲ୍ଲାରେ ଅର୍ଥାତ ପୂରା ଉପକୂଳ ଓଡ଼ିଶା ବର୍ଷା ସମ୍ଭାବନାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

 

Related posts

ନୋ ମାସ୍କ, ନୋ ପେଟ୍ରୋଲ

mahabharatanews

ଭୁବନେଶ୍ୱରରେ ପହଞ୍ଚିଲେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

mahabharatanews

ଘନ କୁହୁଡ଼ି, ଲୋକମାନ୍ୟ ତିଲକ ଏକ୍ସପ୍ରେସ ଲାଇନଚ୍ୟୁଚ

mahabharatanews