(ଭୁବନେଶ୍ୱର) : ଆମ ବସଷ୍ଟାଣ୍ଡ ଯୋଜନାରେ ୧୩ଟି ଜିଲ୍ଲାର ୨୦ଟି ନୂତନ ବସଷ୍ଟାଣ୍ଡର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିସି ଜରିଆରେ ଯୋଡି ହୋଇ ବିଭିନ୍ନ ଅଞ୍ଚଳର ନୂତନ ବସଷ୍ଟାଣ୍ଡର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ବସଷ୍ଟାଣ୍ଡଗୁଡିକୁ ଅତ୍ୟନ୍ତ ଆଧୁନିକ ଓ ସ୍ମାର୍ଟ ବସଷ୍ଟାଣ୍ଡ ଭଳି ନିର୍ମାଣ କରାଯାଇଛି ।
ସୂଚନାନୁଯାୟୀ , ଏଥିରେ ଯାତ୍ରୀ, ଡ୍ରାଇଭର ତଥା ସମସ୍ତ ସହକାରୀ କର୍ମଚାରୀ ମାନଙ୍କ ପାଇଁ ସମସ୍ତ ପ୍ରକାର ସୁବିଧା ରହିଛି । ବସଷ୍ଟାଣ୍ଡ ଦ୍ୱାରା କୋଟିଏରୁ ଅଧିକ ଲୋକ ଉପକୃତ ହେବେ ବୋଲି କୁହାଯାଇଛି । ତେବେ ପରିବହନ କ୍ଷେତ୍ରରେ ଏହା ଏକ ନୂଆ ମାଇଲଷ୍ଟୋନ ସାଜିବ ବୋଲି ମଧ୍ୟ କୁହାଯାଉଛି । ପ୍ରଥମ ପର୍ଯ୍ୟାୟରେ ୫୫ଟି ପ୍ରକଳ୍ପ ହାତକୁ ନିଆଯାଇଥିଲା ଯେଉଁ ମଧ୍ୟରୁ ୨୩ଟି ବସଷ୍ଟାଣ୍ଡକୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି । ଏବେ ଆଉ ୨୦ଟି ବସଷ୍ଟାଣ୍ଡର ଲୋକାର୍ପଣ ହୋଇଛି । ଲୋକଙ୍କୁ ଉନ୍ନତମାନର ପରିବହନ ସେବା ଯୋଗାଇ ଦେବା ଲକ୍ଷ୍ୟ ନେଇ ରାଜ୍ୟ ସରକାର ଆମ ବସଷ୍ଟାଣ୍ଡ ଯୋଜନା ମାଧ୍ୟମରେ ଅତ୍ୟାଧୁନିକ ବସଷ୍ଟାଣ୍ଡ ନିର୍ମାଣ କରୁଛନ୍ତି ।